Posted inଖେଳ

ପିଙ୍କ୍‌ ବଲ୍‌ ଟେଷ୍ଟ: କିମ୍ବଦନ୍ତୀ କ୍ରିକେଟରଙ୍କ ଭିଡ ଜମିବ

କୋଲକାତା,୨୦।୧୧(ପି.ଟି.): ଐତିହାସିକ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଆରମ୍ଭ ହେବାକୁ ଯାଉଛି ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌। ପିଙ୍କ୍‌ ବଲ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଭାରତ ଓ ବାଂଲାଦେଶ ପରସ୍ପରକୁ ଭେଟିବେ। ଉଭୟ ଦେଶ ପାଇଁ ଏହା ପ୍ରଥମ ଦିବାରାତ୍ର ଟେଷ୍ଟ ସାବ୍ୟସ୍ତ ହେବ। ଏହି ମ୍ୟାଚ୍‌ ଅବସରରେ ଭାରତ ସଫଳତମ କ୍ରିକେଟରମାନେ ଉପସ୍ଥିତ ରହିବେ। କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର, ବିଶ୍ୱକପ୍‌ ବିଜୟୀ ଅଧିନାୟକ କପିଲ ଦେବ, ଅନିଲ କୁମ୍ବଲେ, ରାହୁଲ ଡ୍ରାଭିଡ୍‌ ଏହି ମ୍ୟାଚ୍‌ରେ ଏକାଠି ହେବେ। ଏହି ଟେଷ୍ଟ ସମସ୍ତଙ୍କ ମନରେ ସ୍ମୃତି ହୋଇ ରହିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି କହିଛନ୍ତି। ଟି ଟାଇମ୍‌ରେ ଗାଡିରେ ଏହି ପୂର୍ବତନ ଅଧିନାୟକମାନେ ଷ୍ଟାଡିୟମ ପରିକ୍ରମା କରିବେ ବୋଲି ଗାଙ୍ଗୁଲି କହିଛନ୍ତି। ଖେଳ ଶେଷରେ ଉଭୟ ଦଳର ଖେଳାଳି, ପୂର୍ବତନ ଅଧିନାୟକମାନେ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅୟୋଜିତ ହେବାକୁ ଥିବା ଏକ ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?