ପିଜି ପାଠ୍ୟକ୍ରମ ପାଇଁ ଏକକ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ଏଣିକି ପିଜି ପାଠ୍ୟକ୍ରମରେ ନାମ ଲେଖାଇବାକୁ ବିଭିନ୍ନ ବିଶ୍ୱବିଦ୍ୟାଳୟ ପକ୍ଷରୁ ପୃଥକ୍‌ ଭାବେ ପ୍ରବେଶିକା ପରୀକ୍ଷା ବଦଳରେ ଏକକ ପ୍ରବେଶିକା ପରୀକ୍ଷା କରାଯିବ। ଏହି ପ୍ରବେଶିକା ପରୀକ୍ଷାର ମେଧା ତାଲିକା ଅନୁଯାୟୀ ପ୍ରାର୍ଥୀମାନେ ବିଶ୍ବବିଦ୍ୟାଳୟରେ ନାମ ଲେଖାଇପାରିବେ। ଏହାସହ ବିଶ୍ବବିଦ୍ୟାଳୟ ପକ୍ଷରୁ ମଡେଲ୍‌ ପ୍ରଶ୍ନ ବ୍ୟାଙ୍କ୍‌ ପ୍ରସ୍ତୁତ କରାଯିବ। ମଙ୍ଗଳବାର ଇମେଜ୍‌ଠାରେ ଆୟୋଜିତ ବିଶ୍ୱବିଦ୍ୟାଳୟ କୁଳପତି ସମ୍ମିଳନୀରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ଉଚ୍ଚଶିକ୍ଷା କ୍ଷେତ୍ରରେ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିବା ପରିପ୍ରେକ୍ଷୀରେ ସମସ୍ତ ପରୀକ୍ଷା ଠିକ୍‌ ସମୟରେ କରାଯାଇ ଧାର୍ଯ୍ୟ ସମୟ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ କରାଯିବ। ବିଶ୍ବବିଦ୍ୟାଳୟଗୁଡ଼ିକ ଯୁକ୍ତ୩ ପରୀକ୍ଷା ନିର୍ଘଣ୍ଟ ପ୍ରସ୍ତୁତ କରି ପରୀକ୍ଷାଫଳ ପ୍ରକାଶ କରିବା ତାରିଖ ଚୂଡ଼ାନ୍ତ କରି ଆସନ୍ତା ୭ ଦିନ ମଧ୍ୟରେ ବିଭାଗକୁ ଜଣାଇବେ। ଏହି କ୍ରମରେ ସମସ୍ତ ଯୁକ୍ତ୩ ପରୀକ୍ଷାଫଳ ଜୁନ୍‌ ୧୫ ସୁଦ୍ଧା ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି। ଖୁବ୍‌ଶୀଘ୍ର ଶିକ୍ଷକ ଓ ଅଣଶିକ୍ଷକ ପଦବୀ ପୂରଣ କରାଯିବ। ଏଥିପାଇଁ ଷ୍ଟାଫ୍‌ ସିଲେକ୍ସନ ବୋର୍ଡକୁ ପ୍ରକ୍ରିୟା ଆରମ୍ଭ କରିବାକୁ କୁହାଯାଇଥିବା ମନ୍ତ୍ରୀ କହିଛନ୍ତି।
ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଯେପରି ଅଧିକରୁ ଅଧିକ ପିଏଚ୍‌ଡି ରେଜିଷ୍ଟ୍ରେଶନ୍‌ ଓ ଗବେଷଣାତ୍ମକ ଲେଖା ପ୍ରକାଶ ପାଇବ ସେ ଦିଗରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ସାହୁ ପରାମର୍ଶ ଦେଇଥିଲେ। ଏବେ ସବୁ ମହାବିଦ୍ୟାଳୟରେ ପ୍ରୋକ୍ଟରିଆଲ୍‌ କ୍ଲାସ୍‌ ଆରମ୍ଭ କରାଯାଇଥିବା ବେଳେ ଅଧ୍ୟାପକମାନେ ମେଣ୍ଟର୍‌ ଭାବେ ଛାତ୍ରୀଛାତ୍ରଙ୍କ ଦାୟିତ୍ବରେ ରହିବେ। ପରୀକ୍ଷାରେ ସ୍ବଚ୍ଛତା ଅବଲମ୍ବନ ନିମନ୍ତେ ସମସ୍ତ ପରୀକ୍ଷା ଖାତାକୁ କୋଡ଼ିଂ କରାଯିବ ବୋଲି ସେ କହିଛନ୍ତି। ଏବେ ସାର୍ଟିଫିକେଟ୍‌ଗୁଡ଼ିକ ଅନ୍‌ଲାଇନ୍‌ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଉପଲବ୍ଧ କରାଇବା ନିମନ୍ତେ ବିହିତ ପଦକ୍ଷେପ ନିଆଯାଉଛି। ଏହାସହ ବିଶ୍ବବିଦ୍ୟାଳୟର ଛାତ୍ରୀଛାତ୍ର, ଅଧ୍ୟାପକମାନଙ୍କ ଡାଟାବେସ୍‌କୁ ଡିଜିଟାଲ୍‌ କରିବା ଦିଗରେ ପଦକ୍ଷେପ ନିଆଯାଉଥିବା ମନ୍ତ୍ରୀ ସାହୁ ସୂଚନା ଦେଇଛନ୍ତି। ଏହାବ୍ୟତୀତ ବୈଠକରେ ବିଶ୍ବବିଦ୍ୟାଳୟ ଭିତ୍ତିଭୂମିର ଉନ୍ନତି ନିମନ୍ତେ ରୁସା ପାଣ୍ଠିର ବିନିଯୋଗ କରି ଧାର୍ଯ୍ୟ ସମୟ ମଧ୍ୟରେ ୟୁସି ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ବିଭାଗୀୟ କମିଶନର ତଥା ଶାସନ ସଚିବ ଶାଶ୍ବତ ମିଶ୍ର, ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସ, ଓଡ଼ିଶାର ସମସ୍ତ ବିଶ୍ବବିଦ୍ୟାଳୟର କୁଳପତି, ରେଜିଷ୍ଟ୍ରାର, ପରୀକ୍ଷା ନିୟନ୍ତ୍ରକ ଓ ବିତ୍ତ ନିୟନ୍ତ୍ରକମାନେ ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri