ପିଡିଏସ୍‌ ବଣ୍ଟନରେ ସାମାଜିକ ଦୂରତା ନିୟମ ଉଲ୍ଲଂଘନ

ସମ୍ବଲପୁର,୧।୪ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ ଡାଉନ ଜାରି ରହିଛି । ଏହି ପରିପେକ୍ଷୀରେ ରାଜ୍ୟ ସରକାର ଭତ୍ତା ଓ ପିଡିଏସ ସାମଗ୍ରୀ ଆଗୁଆ ୪ ମାସର ଦେବାକୁ ଘୋଷଣା କରିଛନ୍ତି । ଏପରିକି ପ୍ରତ୍ୟେକ ହିତାଧିକାରୀଙ୍କ ଘରକୁ ଯାଇ ସାମାଜିକ ଦୂରତା ନିୟମ ବଜାୟ ରଖି ବଣ୍ଟନ କରିବାକୁ କଡା ନିର୍ଦ୍ଦେଶ ରହିଛି । ଯୋଗାଣ ବିଭାଗ ପକ୍ଷରୁ ମଧ୍ୟ ସମ୍ବଲପୁର ମହାନଗର ନିଗମରେ ପିଡିଏସ ସାମଗ୍ରୀ ବଣ୍ଟନ ଆରମ୍ଭ ହୋଇଛି । ହେଲେ ଅନେକ ସ୍ଥାନରେ ଏହି ନିୟମକୁ ଉଲଂଘନ କରାଯାଉଥିବା ଦେଖିବାକୁ ମିଳିଛି । ସମ୍ବଲପୁର ମହାନଗର ନିଗମ ମାନେଶ୍ୱର ୪୦ ନମ୍ବର ୱାର୍ଡ ପିଡିଏସ ସାମଗ୍ରୀ ବଣ୍ଟନରେ ଏଭଳି ଅବସ୍ଥା ଦେଖା ଯାଇଛି । ବୁଧବାର ସକାଳ ୬ଟାରୁ ପିଡିଏସ ସାମଗ୍ରୀ ବଣ୍ଟନ କରିବାକୁ କେନ୍ଦ୍ର ଖୋଲା ଯାଇଥିଲା । ହେଲେ ଶହ ଶହ ହିତାଧିକାରୀ ଭିଡ ଜମାଇଥିଲେ । ଏହାକୁ ନେଇ ଅନେକ ଲୋକ ଫଟୋ ଓ ଭିଡିଓ ଉତ୍ତୋଳନ କରି ପ୍ରଶାସନ ପାଖରେ ଅଭିଯୋଗ କରିଥିଲେ । ଅଭିଯୋଗ ହେଲାପରେ ମହାନଗର ନିଗମ ଓ ଯୋଗାଣ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚତ୍ଥିଲେ । ହେଲେ ଲୋକମାନେ ସରକାରୀ କର୍ମଚାରୀଙ୍କ କଥା ଶୁଣିବାକୁ ନାରାଜ ଥିଲେ । ସାମାଜିକ ଦୂରତା ବଜାୟ ନ ରଖି ସାମଗ୍ରୀ ନେବାକୁ ଜିଦ କରି ରହିଥିଲେ । ଅପରାହ୍ନ ୧୨ଟା ପରେ ବନ୍ଦ କରି ଦିଆଯାଇଥିଲା । ଏ ସମ୍ପର୍କରେ ଜିଲା ଯୋଗାଣ ଅଧିକାରୀ ରଞ୍ଜନ ସେଠ କହିଛନ୍ତି ଯେ, ସାମାଜିକ ଦୂରତା ରଖି ବଣ୍ଟନ କରିବାର ବ୍ୟବସ୍ଥା କରାଯିବ। ସୂଚନାଯୋଗ୍ୟ ଯେ, ଗତ ସୋମବାର ସମ୍ବଲପୁର ମାନେଶ୍ୱର ସପ୍ତାହିକ ବଜାରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା । କେତେଜଣ ପନି ପରିବା, ମାଛ, ମାଂସ ବ୍ୟବସାୟୀ ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ସାମାଜିକ ଦୂରତ୍ୱ ନିୟମ ପାଳନ କରୁ ନ ଥିବା ଦେଖା ଦେଇଥିଲା । ପରିବା ଦୋକାନରେ ରୁଣ୍ଡ ହୋଇ ଲୋକମାନେ କିଣୁଥିଲେ । ଏହାକୁ ନେଇ ସ୍ଥାନୀୟ ଲୋକମାନେ ଅଭିଯୋଗ କରିବା ପରେ ସ୍ବତନ୍ତ୍ର ଟିମ ପହଞ୍ଚି ଲୋକମାନଙ୍କୁ କଟକଣା ନିୟମ ଉପରେ ବୁଝାଇଥିଲେ । ବ୍ୟବସାୟୀମାନଙ୍କୁ ନିୟମ ପାଳନ କରିବାକୁ କଡା ତାଗିଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?