ପିଡି-ଡିଆର୍‌ଡିଏଙ୍କ ଦୁଇଦିନିଆ ସମ୍ମିଳନୀ ଉଦ୍‌ଘାଟିତ:ଲୋକଙ୍କ ଆସ୍ଥାଭାଜନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଜନସାଧାରଣଙ୍କ ଆସ୍ଥାଭାଜନ ହେବା ପାଇଁ ସାଂଗଠନିକ ଦକ୍ଷତା ଓ ନିଷ୍ଠାପର ଦାୟିତ୍ୱ ସମ୍ପାଦନ ଅପରିହାର୍ଯ୍ୟ ା ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ଠାରେ ମଙ୍ଗଳବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ(ପିଡି ଡିଆରଡିଏ)ଙ୍କ ଦୁଇଦିନିଆ ସମ୍ମିଳନୀକୁ ଉଦ୍‌ଘାଟନ କରି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ଉପସ୍ଥିତ ଅଧିକାରୀମାନଙ୍କୁ ଏହା କହିଛନ୍ତି ା ଏଥିପାଇଁ ସ୍ବଚ୍ଛତା, ପ୍ରଯୁକ୍ତି, ଦଳଗତ ମନୋଭାବ, ସମୟାନୁବର୍ତ୍ତିତା ଓ ପରିବର୍ତ୍ତନ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି ା ଜନସାଧାରଣଙ୍କ କଲ୍ୟାଣ ଉଦ୍ଦେଶ୍ୟରେ କାର୍ଯ୍ୟକାରୀ ହେଉଥିବା ‘ମୋ ସରକାର’ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ସମସ୍ତ ପଦକ୍ଷେପ ନେବାକୁ ସେ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ା ଏଥିସହ ବିଭାଗର ପ୍ରମୁଖ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଯଥା ଗ୍ରାମୀଣ ବାସଗୃହ, ଏମଜିଏନଆରଇଜିଏ, ପାନୀୟ ଜଳ ଓ ପରିମଳ, ଓଡ଼ିଶା ଜୀବିକା ମିଶନ ଇତ୍ୟାଦିକୁ ପଞ୍ଚାୟତସ୍ତରରେ ଅଧିକ କ୍ରିୟାଶୀଳ କରାଇ ଜନସାଧାରଣଙ୍କ ନିକଟରେ ଉନ୍ନତ ମୌଳିକ ସେବା ଉପଲବ୍ଧ ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଜନତାଙ୍କୁ ଉତ୍ତମ ସେବା ପ୍ରଦାନରେ ଅସଫଳ ହେଲେ ଅଥବା ଦୁର୍ନୀତିରେ ଲିପ୍ତ ରହି ନିଜର କର୍ତ୍ତବ୍ୟରେ ଅବହେଳା କଲେ ଯେତେବଡ଼ ଅଧିକାରୀ ହେଲେ ବି ଦଣ୍ଡବିଧାନ କରାଯିବ ବୋଲି ମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଦେଓ ରଞ୍ଜନ କୁମାରସିଂହ ଉତ୍ତମ ସେବା ପ୍ରଦାନରେ ୫-ଟି ଓ ‘ମୋ ସରକାର’କୁ ସଫଳତାର ସହ କାର୍ଯ୍ୟ ନିର୍ବାହ କରିବାକୁ ପରାମର୍ଶ ଦେଇଥିଲେ ।
ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକ ରୂପା ମିଶ୍ର ଅଭିଯୋଗକାରୀଙ୍କ ସମସ୍ୟା ସମାଧାନ କରିବା ସହ ପ୍ରତି ସୋମବାର ଅଭିଯୋଗ ଶୁଣାଣି କରିବାକୁ ପ୍ରକଳ୍ପ ନିର୍ଦ୍ଦେଶକମାନଙ୍କୁ ପରାମର୍ଶ ଦେଇଥିଲେ ା
ଭିନ୍ନକ୍ଷମ, ଗର୍ଭବତୀ ମହିଳା ଓ ବରିଷ୍ଠ ନାଗରିକଙ୍କ ଅଭିଯୋଗକୁ ପ୍ରାଥମିକତା ଭିତ୍ତିରେ ଗ୍ରହଣ କରି ସେଗୁଡ଼ିକର ତ୍ୱରିତ ସମାଧାନ କରିବାକୁ ସେ ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।
ଏହି ଦୁଇ ଦିନିଆ ସମ୍ମିଳନୀର ପ୍ରଥମ ଦିନରେ ଗ୍ରାମୀଣ ବାସଗୃହ, ଏମଜିଏନଆରଇଜିଏ,ଗୋପବନ୍ଧୁ ଗ୍ରାମୀଣ ଯୋଜନା, ଆମ ଗାଁ ଆମ ବିକାଶ ଆଦି ସମ୍ପର୍କରେ ସମୀକ୍ଷା କରାଯାଇଥିଲା ା
ଦ୍ୱିତୀୟ ଦିବସରେ ଓଡ଼ିଶା ଜୀବିକା ମିଶନ, ଦୀନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା, ରୁର୍ବାନ ଓ ସାଂସଦ ଆଦର୍ଶ ଗ୍ରାମଯୋଜନା, ରାଷ୍ଟ୍ରୀୟ ଗ୍ରାମ ସ୍ବରାଜ ମିଶନ ଓ ଦକ୍ଷତା ବିକାଶ, ପାନୀୟ ଜଳ ଓ ପରିମଳ, ଗ୍ରାମ ପଞ୍ଚାୟତ ବିକାଶ ଯୋଜନା, ଅର୍ଥ କମିଶନ ଅନୁଦାନ ସମ୍ପର୍କରେ ଆଲୋଚନା ହେବ ା
ଏହି ସମ୍ମିଳନୀରେ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ରାଜେଶ ପ୍ରଭାକରପାଟିଲ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ନିର୍ଦ୍ଦେଶକ ପ୍ରତାପ ଚନ୍ଦ୍ର ଦାଶ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହିତ ସମସ୍ତ ଜିଲାର ପିଡି ଡିଆରଡିଏମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri