ପିଣ୍ଡି ଉପରେ ବସିଥିବା ବେଳେ କୂଅରେ ଖସିପଡ଼ିଲେ, ଯୁବକ ମୃତ

ଡେରାବିଶ,୧୭।୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ବସୁପୁର ପଞ୍ଚାୟତ ଆରିପଦା ଗ୍ରାମରେ ସୋମବାର ରାତିରେ କୂଅରେ ପଡ଼ିଯିବା ଯୋଗୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନିଖିଳ ପରିଜା(୪୪)। ପୋଲିସ ସୂଚନାନୁଯାୟୀ, ଘର ପାଖରେ ଥିବା ଏକ କୂଅ ପିଣ୍ଡି ଉପରେ ବସିଥିବା ବେଳେ ନିଖିଳ କୂଅରେ ପଡ଼ି ଯାଇଥିଲେ। ଗ୍ରାମବାସୀଙ୍କଠାରୁ ଖବର ପାଇ କେନ୍ଦ୍ରାପଡ଼ା ଅଗ୍ନିଶମ ବିଭାଗ କର୍ମଚାରୀ ନିଖିଳଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ମଙ୍ଗଳବାର ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ନିଖିଳଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri