Posted inଜାତୀୟ

ପିତାଙ୍କୁ ଦେଖି କାନ୍ଦିଲେ ନିର୍ଭୟା ଦୋଷୀ ବିନୟ ଶର୍ମା

ନୂଆଦିଲ୍ଲୀ,୧୫।୧: ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀମାନେ କରିଥିବା ଶେଷ ପ୍ରୟାସ ବି ଫେଲ ମାରିଛି। ଆସନ୍ତା ୨୨ ତାରିଖ ସକାଳ ୭ଟାରେ ଫାଶୀ ପାଇବାକୁ ଥିବା ନିର୍ଭୟା ଦୋଷୀ ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିସନ ଦାଖଲ କରିଥିଲେ। ହେଲେ ସୁପ୍ରିମକୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। ଫଳରେ ଏବେ ୪ ଜଣ ଦୋଷୀ ଫାଶୀ ପାଇବା ସୁନିଶ୍ଚିନ୍ତ ହୋଇଯାଇଛି। ଏହା ଜାଣି ୪ ଦୋଷୀଙ୍କ ପ୍ରତିକ୍ରିୟା ବି ଆସିବାକୁ ଲାଗିଲାଣି। ଫାଶୀରୁ ବର୍ତ୍ତିବା ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଜଣଙ୍କ ମଧ୍ୟରୁ ବିନୟ ଶର୍ମା ଓ ମୁକେଶ କୁମାର କ୍ୟୁରେଟିଭ ପିଟିସନ ଦାଖଲ କରିଥିଲେ। ସୁପ୍ରିମକୋର୍ଟଙ୍କ ଦ୍ୱାରା ଏହା ଖାରଜ ହେବା ପରେ ବିନୟ ନିଜ ପିତାଙ୍କୁ ଦେଖି ଜୋରରେ କାନ୍ଦିବାକୁ ଲାଗିଥିଲେ। ସେହିପରି ମୁକେଶ ଭୟଭୀତ ହୋଇଯାଇଥିଲେ। ଅନ୍ୟ ୨ ଜଣ ଦୋଷୀ ପବନ ଗୁପ୍ତା ଓ ଅକ୍ଷୟ ସିଂହଙ୍କ ପ୍ରତିକ୍ରିୟା ସାମାନ୍ୟ ଥିଲା। ଅକ୍ଷୟ ଫୋନରେ ସ୍ତ୍ରୀଙ୍କ ସହ କଥା ହୋଇଥିଲେ। ଜେଲ କର୍ତ୍ତୃପକ୍ଷଙ୍କ କହିବା ଅନୁଯାୟୀ, ୪ ଜଣ ଦୋଷୀ ଏପର୍ଯ୍ୟନ୍ତ ମଧ୍ୟ ନିଜ ଦୋଷ ସ୍ବୀକାର କରିନାହାନ୍ତି। ସ୍ବଭାବିକ ଭାବରେ ସେମାନେ ଖାଦ୍ୟଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ କୌଣସି ପଶ୍ଚାତାପ ଦେଖିବାକୁ ମିଳିନାହିଁ।
୨୦୧୨ ଡିସେମ୍ବର ୧୬ ତାରିଖ ରାତିରେ ୨୩ ବର୍ଷୀୟ ପାରା ମେଡିକାଲ ଛାତ୍ରୀଙ୍କୁ ଜଣେ ନାବାଳକ ସମେତ ୬ ଜଣ ଯୁବକ ଚଳନ୍ତା ବସରେ ଗଣଦୁଷ୍କର୍ମ କରିବା ପରେ ତଳକୁ ଫୋପାଡି ଦେଇଥିଲେ। ଡିସେମ୍ବର ୨୯ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରିଥିଲା। ରାମ ସିଂହ ନାମକ ଜଣେ ଯୁବକ ଜେଲରେ ଆତ୍ମହତ୍ୟା କରିଥିଲେ। ସେହିପରି ୩ ବର୍ଷ ପରେ ନାବାଳକ ଜଣଙ୍କୁ ଜେଲରୁ ଖଲାସ କରାଯାଇଛି। ଏବେ ୪ ଜଣ ଯୁବକ ପବନ ଗୁପ୍ତା, ବିନୟ ଶର୍ମା, ଅକ୍ଷୟ ସିଂହ ଠାକୁର ଓ ମୁକେଶ ସିଂହ ଫାଶୀ ଦଣ୍ଡ ପାଇବାକୁ ଅଛନ୍ତି। ଏମାନେ ସମସ୍ତେ ତିହାର ଜେଲରେ ବନ୍ଦୀ ଭାବେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri