ପିତାଙ୍କ କୋକେଇ କାନ୍ଧେଇଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଭୂମି ପେଡନେକରଙ୍କ ଅଭିନୟ ଦକ୍ଷତା ସମସ୍ତଙ୍କୁ ଜଣା। ମୋଟି, ବୁଢୀ ଏବଂ କଳା ଯୁବତୀ ରୋଲ୍‌ରେ ସେ ଏପର୍ଯ୍ୟନ୍ତ ଦର୍ଶକଙ୍କ ସାମ୍ନାକୁ ଆସିସାରିଛନ୍ତି। ତାଙ୍କ ଅଭିନୟକୁ ମଧ୍ୟ ଦର୍ଶକ ବେଶ୍‌ ପ୍ରଶଂସା କରିଛନ୍ତି। ନିକଟରେ ଆଗାମୀ ଫିଲ୍ମ ‘ପତି, ପତ୍ନୀ ଔର୍‌ ଓ୍ବ’ରେ ସେ ନଜର ଆସିବେ। ଫିଲ୍ମର ପ୍ରମୋଶନବେଳେ ସେ କହିଛନ୍ତି ମୋ ପିତାଙ୍କ ମୃତ୍ୟୁ ପରେ ତାଙ୍କ କୋକେଇ ମୁଁ କାନ୍ଧେଇଥିଲି। ବର୍ତ୍ତମାନ ସମାଜରେ ଝିଅମାନେ ବହୁତ ଆଗକୁ ଗଲେଣି। ତେଣୁ ତାଙ୍କୁ କୌଣସି ଗୁଣରେ କମ୍‌ ଭାବିବା ଉଚିତ୍‌ ନୁହେଁ। ‘ପତି, ପତ୍ନୀ ଔର୍‌ ଓ୍ବ’ରେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତୃତୀୟ ବ୍ୟକ୍ତି ଆସିଲେ ଯେଉଁ ପରିସ୍ଥିତି ସୃଷ୍ଟି ହୁଏ ତାକୁ ରୋମାଣ୍ଟିକ କମେଡି ଜରିଆରେ ପରଦାରେ ରଖିବେ (ପତି) କାର୍ତ୍ତିକ ଆର୍ୟନ, (ପତ୍ନୀ)ଭୂମି ପେଡନେକର୍‌ ଏବଂ (ଔର୍‌ ଓ୍ବ) ଅନନ୍ୟା ପାଣ୍ଡେ। ଫିଲ୍ମରେ ରାଜେଶ ଶର୍ମା ଏବଂ ଅପାରଶକ୍ତି ଖୁରାନା ମଧ୍ୟ ପ୍ରମୁଖ ଭୂମିକାରେ ନଜରକୁ ଆସିବେ। ତେଣୁ ରବି ଚୋପ୍ରାଙ୍କ ପ୍ରଯୋଜିତ ଏହି ଫିଲ୍ମ ୧୯୭୮ର ଫିଲ୍ମ ‘ପତି, ପତ୍ନୀ ଔର୍‌ ଓ୍ବ’ର ରିମେକ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri