ପିତ୍ତଳ କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଗଞ୍ଜାମ ଜିଲାପାଳ

ଶେରଗଡ଼, ୨୩।୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ପିତ୍ତଳ ଓ ବ୍ରାହ୍ମଣଛାଇ କ୍ୱାରାଣ୍ଟଇନ କେନ୍ଦ୍ରକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ପରିଦର୍ଶନ କରିଥିଲେ। ସେଠାରେ ସେ କ୍ୱାରାଣ୍ଟାଇନ କେନ୍ଦ୍ରଗୁଡିକର ସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି। ଏଥିସହ ସଂଗରୋଧ କେନ୍ଦ୍ରରେ ବ୍ୟାୟାମ କରନ୍ତୁ, ଚିତ୍ର ଆଙ୍କନ୍ତୁ ବୋଲି ଅନ୍ତେବାସୀଙ୍କୁ ପରାମର୍ଶ ଦେଇଥିବା ଜଣାପଡ଼ିଛି।
ତେବେ ଏହି ଗସ୍ତ ସମୟରେ ଜିଲାପାଳ ଉପସ୍ଥିତ ବିଡିଓ ସୁରଞ୍ଜନ କୁମାର ସାହୁ,ତହସିଲଦାର ଡ଼.ଦୟାସିନ୍ଧୁ ପରିଡାଙ୍କୁ ବ୍ଲକର ସମସ୍ତ କେନ୍ଦ୍ର ଗୁଡିକର ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ପିତ୍ତଳ ଠାରେ ଥିବା ଉଚ୍ଚ ବିଦ୍ୟାଳୟର କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ୧୫୩ ଜଣ ବ୍ୟକ୍ତିଙ୍କ ୨୧ଦିନ ଅବଧି ସରିଥିବା ଜିଲାପାଳ ଜାଣିବାକୁ ପାଇଥିଲେ। ତେବେ ସେମାନଙ୍କୁ ଯିବା ପରେ ଘରେ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପରାମର୍ଶ ଦେଇଥିଲେ। ଏହି ୧୪ଦିନ ଘରେ ପୁରା ରହିଲେ କରୋନାକୁ ଆପଣମାନେ ହରାଇଦେବେ। ଆମର ବିଜୟ ହେବ ବୋଲି ଜିଲାପାଳ କହିଥିଲେ। ଏହାପରେ ପିତ୍ତଳ ଉଚ୍ଚ ବିଦ୍ୟାଳୟରେ ସହଯୋଗ କରିଥିବା ସ୍ବାସ୍ଥ୍ୟ କର୍ମୀ, ଆଶା, ଅଙ୍ଗନଓ୍ବାଡି କର୍ମୀ, ଶିକ୍ଷକ, ଶିକ୍ଷୟତ୍ରୀ, ସ୍ବେଚ୍ଛାସେବୀଙ୍କୁ ପ୍ରମାଣପତ୍ର ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜିଲାପରିଷଦ ସଭ୍ୟ ପ୍ରମୋଦ କୁମାର ପାତ୍ର,ସନ୍ତୋଷ କୁମାର ପଟ୍ଟନାୟକ, ହୀନ ବେହେରା, ଶରତ ଚନ୍ଦ୍ର ପାତ୍ର କୃଷ୍ଣ ଚନ୍ଦ୍ର ସ୍ବାଇଁ ସମେତ ବହୁ ବ୍ୟକ୍ତି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri