ପିପିଇ କିଟ୍‌ ଦାନ କରିବାକୁ ଅନୁରୋଧ କଲେ ସୋନାକ୍ଷୀ

ମୁମ୍ବାଇ: ଦେଶ କରୋନା ଭାଇରସ ସହ ଲଢୁଥିବା ବେଳେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଛନ୍ତି ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ନର୍ସ। ଏମାନେ ସିଧାସଳଖ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସୁଥିବା ବେଳେ ଏମାନଙ୍କ ନିକଟରେ ଶୀଘ୍ର ସଂକ୍ରମଣର ଭୟ ରହିଛି। ତେଣୁ ଏମାନେ ପର୍ସନାଲ ପ୍ରୋଟେକସନ୍‌ ଇକ୍ୟୁପମେଣ୍ଟ(ପିପିଇ) ବ୍ୟବହାର କରିବା ଜରୁରୀ। କିନ୍ତୁ ଆମ ଦେଶରେ ଏହା କମ୍‌ ପରିମାଣରେ ଥିବାରୁ ଏବେ ବଲିଉଡ୍‌ ନାୟିକା ସୋନାକ୍ଷୀ ସିହ୍ନା ସାଧାରଣ ଜନତାଙ୍କୁ ପିପିଇ କିଟ୍‌ ଦାନ କରିବାକୁ ଅନୁରୋଧ କହିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସେ ଏକ ଭିଡିଓ ଶେୟାର କରି କହିଛନ୍ତି କରୋନା ମୁକାବିଲା ପାଇଁ ଆମ କରୋନା ଯୋଦ୍ଧାଙ୍କୁ ସାହାଯ୍ୟ ଆବଶ୍ୟକ। ହସ୍ପିଟାଲରେ ପିପିଇ କିଟ୍‌ର ଘୋର ଅଭାବ ରହିଛି। ସାଧାରଣ ଜନତା ପିପିଇ କିଟ୍‌ ଦାନ କରନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି। ଯେଉଁମାନେ ଆମର ଯତ୍ନ ନେଉଛନ୍ତି ଆମେ ସେମାନଙ୍କ ସୁରକ୍ଷା କଥା ଚିନ୍ତା କହିବା ସହ କେବଳ ପିପିଇ ନୁହେଁ ମାସ୍କ, ସୁ କଭର, ଗ୍ଲୋଭସ୍‌ ଆଦି ମଧ୍ୟ ଦାନ କରିବାକୁ ସୋନାକ୍ଷୀ କହିଛନ୍ତି। ଏହାସହ ସେ ଏକ ଓ୍ବେବସାଇଟର ଲିଙ୍କ ଶେୟାର କରିଛନ୍ତି ଯାହା ମାଧ୍ୟମରେ ଜଣେ ପିପିଇ କିଟ୍‌ ଦାନ କରିପାରିବେ ବୋଲି ସେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri