ପିଲାଙ୍କ ସାଧୁତା ପରୀକ୍ଷା ପାଇଁ ଏହି ସ୍କୁଲରେ ନିଆଯାଉଛି ଅଜବ ଟେଷ୍ଟ

ଚେନ୍ନାଇ,୫।୧୧:ସ୍କୁଲରେ ପିଲାମାନଙ୍କ ବିଭିନ୍ନ ପାଠବିଷୟରେ ଶିକ୍ଷା ପ୍ରଦାନ କରାଯାଏ। କିନ୍ତୁ ତାମିଲନାଡୁର ଏକ ସ୍କୁଲରେ ପିଲାମାନଙ୍କୁ ନୈତିକ ମୂଲ୍ୟବୋଧତା ଉପରେ ଶିକ୍ଷା ଦିଆଯିବା ସହ ସେମାନଙ୍କ ସାଧୁତା ପରୀକ୍ଷା ପାଇଁ ଏକ ଅଜବ ଟେଷ୍ଟ ନିଆଯାଉଛି। ରାଜ୍ୟର ପୁଡୁକୋଟଇ ଜିଲାର ଏକ ପଞ୍ଚାୟତ ସ୍କୁଲରେ ପିଲାଙ୍କ ସାଧୁତା ପରୀକ୍ଷା ପାଇଁ ଏକ ଷ୍ଟୋର ଲଗାଯାଇଛି। ଯେଉଁ ଷ୍ଟୋରରେ ବହି, କଲମ, ପେନସିଲ୍‌ ଆଦି ରଖାଯାଇଛି। ପିଲାମାନଙ୍କ ଏହି ଷ୍ଟୋରରୁ ଆବଶ୍ୟକ ଜିନିଷ କିଣିବା ପାଇଁ କୁହାଯାଇଛି। ଷ୍ଟୋରରେ ଏକ ଡ୍ରପ୍‌ ବକ୍ସ ରଖାଯାଇଛି। ପିଲାମାନେ ଯାହା କିଣିବାକୁ ଚାହୁଁଛନ୍ତି, ତାହା କିଣି ସେହି ଡ୍ରପ୍‌ ବକ୍ସରେ ଟଙ୍କା ପକାଇଦେଇଥାନ୍ତି। ବହି, ପେନସିଲ, କଲମର ମୂଲ୍ୟ ଦେଖି ପିଲାମାନେ ଟଙ୍କା ଦେଇଥାନ୍ତି। ଡ୍ରପ୍‌ ବକ୍ସ ପାଖରେ କେହି ଜଗିବାକୁ ନ ଥିବାରୁ ପିଲାମାନେ ନିଜ ଇଚ୍ଛା ମୁତାବକ ଜିନିଷ କିଣି ଟଙ୍କା ଦେଇଥାନ୍ତି। ଏହାଦ୍ୱାରା ସେମାନଙ୍କ ସାଧୁତା ପରୀକ୍ଷା କରାଯାଏ। ପିଲାମାନେ ବି ଏଠାରୁ କିଣିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି। ୧୨୬ ଛାତ୍ରୀଛାତ୍ର ପଢୁଥିବା ଏହି ସ୍କୁଲରେ ପିଲାଙ୍କୁ ସତମାର୍ଗରେ ଯିବାପାଇଁ ମଧ୍ୟ ଉପଦେଶ ଦିଆଯାଉଛି। ସ୍କୁଲରେ ଏଭଳି ନୀତିଶିକ୍ଷା ଦିଆଯାଉଥିବାରୁ ଅଭିଭାବକମାନେ ମଧ୍ୟ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri