ପିଲାବେଳର ଭିଡିଓ ଶେୟାର କଲେ ଅନନ୍ୟା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ରବିବାର ବିଶ୍ୱ ମାତୃ ଦିବସ ଅବସରରେ ନିଜର ପିଲାବେଳର ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଭିଡିଓରେ ସେ ତାଙ୍କ ମା’ ଭାବନା ପାଣ୍ଡେଙ୍କ ସହ ଥିବା ଦେଖିବାକୁ ମିଳିଛି। ଉଭୟ ଏହି ଭିଡିଓରେ ବହୁତ ମସ୍ତି କରୁଛନ୍ତି। ଏଥିରେ ଅନନ୍ୟା ତାଙ୍କ ମା’ଙ୍କୁ କହୁଛନ୍ତି ଯେ, ଦୁନିଆରେ ମୁଁ ଯାହାଙ୍କୁ ବହୁତ ପସନ୍ଦ କରେ ସେ ମୋ ମା’। ଅନନ୍ୟା ଆଉ ଏକ ଭିଡିଓ ଶେୟାର କରି ଲେଖିଛନ୍ତି ଯେ, ମୋ ମା’ ମୋ ସହିତ ଛୋଟ ପିଲାଙ୍କ ଭଳି ଖେଳୁଥିଲେ ମଧ୍ୟ। ସେ ମୋର ବହୁତ କ୍ଲୋଜ। ଜଣେ ଭଲ ବାନ୍ଧବୀ । ସେ ଏହି ଫଟୋ ଶେୟାର କରି ଦୁନିଆର ସବୁ ମା’ମାନଙ୍କୁ ବିଶ୍ୱ ମାତୃ ଦିବସର ଶୁଭକାମନା ଜଣାଇଛନ୍ତି। ତେବେ ଏହି ଭିଡିଓଗୁଡ଼ିକୁ ସେତେବେଳେ ତାଙ୍କ ବାପା ଚଙ୍କି ପାଣ୍ଡେ ସୁଟ୍‌ କରିଥିଲେ। ସେ ଛୋଟବେଳେ ବହୁତ କ୍ୟୁଟ୍‌ ଥିଲେ। ତାଙ୍କର ଏହି ଭିଡିଓ ଇନ୍‌ଷ୍ଟାଗ୍ରାମରେ ଭାଇରାଲ ହେବାରେ ଲାଗିଛି। ସମଗ୍ର ଦେଶ ଆଜି କରୋନା ସହ ଲଢ଼େଇ କରୁଛି। ସମସ୍ତଙ୍କୁ ଘରେ ସୁରକ୍ଷିତ ରହି କରୋନା ଭଳି ମହାମାରୀକୁ ଆମ ଦେଶରୁ ହଟାଇବାକୁ ପଡ଼ିବ। ସେଥିଲାଗି ଘରେ ରୁହନ୍ତୁ। ସୁରକ୍ଷିିତ ରୁହନ୍ତୁ ବୋଲି ଅନନ୍ୟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri