ପିଲା କଳିରୁ ବୃଦ୍ଧଙ୍କୁ ହତ୍ୟା

ଫୁଲବାଣୀ ଅଫିସ, ୬ା୧-ଦୁଇ ଛୋଟ ପିଲାଙ୍କ ମଧ୍ୟରେ ଖେଳକୁଦ ଚାଲିଥିଲା। ଜଣେ ଅନ୍ୟ ଜଣଙ୍କ ହାତକୁ କାମୁଡ଼ି ଦେଲା ା ଏହାକୁ ନେଇ ଉଭୟ ପିଲାଙ୍କ ଜେଜେ ଓ ଅଜାଙ୍କ ମଧ୍ୟରେ ପ୍ରଥମେ ବଚସା ହେଲା। ଏପରିକି ଜଣେ ଅନ୍ୟ ଜଣଙ୍କ ତଣ୍ଟି ଚିପି ହତ୍ୟା କରିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। କନ୍ଧମାଳ ଜିଲା ଫୁଲବାଣୀ ସହର ପିଅନପଡ଼ା ପାଖ କବରଖାନା ସାହିରେ ରବିବାର ଅପରାହ୍ନରେ ଏହି ଅଭାବନୀୟ ଘଟଣା ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଛନ୍ତି କବରଖାନା ସାହିର ଲଡୁବାବା ମହାରଣା(୫୫) ା ଅଭିଯୁକ୍ତ ତଥା ଲଡୁବାବାଙ୍କ ପଡ଼ୋଶୀ କାଳିଆ ସାହୁଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ଏ ନେଇ ନଂ. ୩/୨୦ରେ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଥିବା ଥାନାଧିକାରୀ ନରେଶ କୁମାର ସାହୁ ପ୍ରକାଶ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।
ଲଡୁବାବାଙ୍କ ୮ ବର୍ଷୀୟ ନାତି ଓ କାଳିଆଙ୍କ ନାତି (ଝିଅର ପୁଅ) ଏକାଠି ଖେଳୁଥିଲେ ା କୌଣସି କାରଣକୁ ନେଇ କାଳିଆଙ୍କ ନାତି ଲଡୁବାବାଙ୍କ ନାତି ହାତକୁ କାମୁଡି ଦେଇଥିଲେ। ଲଡ଼ୁବାବାଙ୍କ ପୁଅ ଶିବରାମ ଏ ନେଇ କାଳିଆଙ୍କୁ ପଚାରିବାରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। କାଳିଆ ଏବଂ ଅନ୍ୟମାନେ ତାଙ୍କୁ ମାରଧର କରିଥିଲେ। ପଡୋଶୀମାନେ ଶିବରାମଙ୍କୁ ଧରି କିଛି ଦୂର ନେଇ ଆସିଥିଲେ ା ଶିବରାମଙ୍କ ବାପା ଲଡୁବାବା ଏହା ଜାଣିବା ପରେ କାଳିଆଙ୍କୁ ଘଟଣା ସମ୍ପର୍କରେ ପଚାରିବାରୁ ସେ ତାଙ୍କ ତଣ୍ଟି ଚିପି ଧରି ପାଖରେ ଥିବା ଡ୍ରେନକୁ ଫୋପାଡି ଦେଇଥିଲେ ା ସ୍ଥାନୀୟ ଲୋକେ ଏବଂ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଫୁଲବାଣୀ ମେଡିକାଲକୁ ଆଣିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ା ଏ ନେଇ ଲଡ଼ୁବାବାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯିବା ପରେ ପୋଲିସ ମେଡିକାଲକୁ ଆସି ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା...

ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ...

ପର୍ଯ୍ୟଟନସ୍ଥଳୀରେ ଜମୁଛି ଲୋକଙ୍କ ଭିଡ଼, ୧୧୦ ଫୁଟ ଉଚ୍ଚର ବତିଘର ଉପରୁ ସେଲ୍‌ଫି ନେଇ…

ମହାକାଳପଡ଼ା,୨ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ନୂଆବର୍ଷରେ ବିଭିନ୍ନ ଧାର୍ମିକ ପୀଠ ଓ ପର୍ଯ୍ୟଟନ ସ୍ଥଳରେ  ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri