ପିଲା କଳିରୁ ବୃଦ୍ଧଙ୍କୁ ହତ୍ୟା

ଫୁଲବାଣୀ ଅଫିସ, ୬ା୧-ଦୁଇ ଛୋଟ ପିଲାଙ୍କ ମଧ୍ୟରେ ଖେଳକୁଦ ଚାଲିଥିଲା। ଜଣେ ଅନ୍ୟ ଜଣଙ୍କ ହାତକୁ କାମୁଡ଼ି ଦେଲା ା ଏହାକୁ ନେଇ ଉଭୟ ପିଲାଙ୍କ ଜେଜେ ଓ ଅଜାଙ୍କ ମଧ୍ୟରେ ପ୍ରଥମେ ବଚସା ହେଲା। ଏପରିକି ଜଣେ ଅନ୍ୟ ଜଣଙ୍କ ତଣ୍ଟି ଚିପି ହତ୍ୟା କରିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। କନ୍ଧମାଳ ଜିଲା ଫୁଲବାଣୀ ସହର ପିଅନପଡ଼ା ପାଖ କବରଖାନା ସାହିରେ ରବିବାର ଅପରାହ୍ନରେ ଏହି ଅଭାବନୀୟ ଘଟଣା ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଛନ୍ତି କବରଖାନା ସାହିର ଲଡୁବାବା ମହାରଣା(୫୫) ା ଅଭିଯୁକ୍ତ ତଥା ଲଡୁବାବାଙ୍କ ପଡ଼ୋଶୀ କାଳିଆ ସାହୁଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ଏ ନେଇ ନଂ. ୩/୨୦ରେ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଥିବା ଥାନାଧିକାରୀ ନରେଶ କୁମାର ସାହୁ ପ୍ରକାଶ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।
ଲଡୁବାବାଙ୍କ ୮ ବର୍ଷୀୟ ନାତି ଓ କାଳିଆଙ୍କ ନାତି (ଝିଅର ପୁଅ) ଏକାଠି ଖେଳୁଥିଲେ ା କୌଣସି କାରଣକୁ ନେଇ କାଳିଆଙ୍କ ନାତି ଲଡୁବାବାଙ୍କ ନାତି ହାତକୁ କାମୁଡି ଦେଇଥିଲେ। ଲଡ଼ୁବାବାଙ୍କ ପୁଅ ଶିବରାମ ଏ ନେଇ କାଳିଆଙ୍କୁ ପଚାରିବାରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। କାଳିଆ ଏବଂ ଅନ୍ୟମାନେ ତାଙ୍କୁ ମାରଧର କରିଥିଲେ। ପଡୋଶୀମାନେ ଶିବରାମଙ୍କୁ ଧରି କିଛି ଦୂର ନେଇ ଆସିଥିଲେ ା ଶିବରାମଙ୍କ ବାପା ଲଡୁବାବା ଏହା ଜାଣିବା ପରେ କାଳିଆଙ୍କୁ ଘଟଣା ସମ୍ପର୍କରେ ପଚାରିବାରୁ ସେ ତାଙ୍କ ତଣ୍ଟି ଚିପି ଧରି ପାଖରେ ଥିବା ଡ୍ରେନକୁ ଫୋପାଡି ଦେଇଥିଲେ ା ସ୍ଥାନୀୟ ଲୋକେ ଏବଂ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଫୁଲବାଣୀ ମେଡିକାଲକୁ ଆଣିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ା ଏ ନେଇ ଲଡ଼ୁବାବାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯିବା ପରେ ପୋଲିସ ମେଡିକାଲକୁ ଆସି ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ ହୋଇଛନ୍ତି । ବିଇଓ ଗୁରୁବାର…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri