ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ କରି ନୈତିକତା ଦୃଷ୍ଟିରୁ ପିସିସି ସଭାପତି ପଦରୁ ସେ ଇସ୍ତଫା ଦେଇଥିବା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ନିଜର ଇସ୍ତଫାପତ୍ର ସେ ଏଆଇସିସି ଅଧ୍ୟକ୍ଷଙ୍କ ନିକଟକୁ ପଠାଇଛନ୍ତି। ଏହାଛଡ଼ା ରାଜ୍ୟରେ ପ୍ରତିକୂଳ ପରିସ୍ଥିତିରେ ଦଳକୁ ବିଜୟ ଆଣିଦେଇଥିବା କଂଗ୍ରେସର ବିଜୟୀ ପ୍ରାର୍ଥୀଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି।

ରାଜ୍ୟରେ ବିଜେଡି ଓ କେନ୍ଦ୍ରରେ ଭାଜପା ସରକାର ଗଢ଼ିବା ପ୍ରସଙ୍ଗରେ ସେ କହିଛନ୍ତି, ସାରା ଦେଶରେ ମୋଦି ବାତ୍ୟା ପ୍ରବାହିତ ହେଲା, ଆମେ ଟଳି ପଡ଼ିଲୁ। ରାଜ୍ୟରେ ନବୀନ, ଦେଶରେ ମୋଦିଙ୍କୁ ଲୋକ ଭରସା କଲେ। ଆମ ଉପରେ ଲୋକଙ୍କ ବିଶ୍ୱାସ ନ ରହିବାରୁ ହାରିଲୁ ବୋଲି ସେ କହିଛନ୍ତି।

ଚଳିତ ଥର କଂଗ୍ରେସ ୮୦ରୁ ଊର୍ଦ୍ଧ୍ୱ ନୂଆ ମୁହଁଙ୍କୁ ସୁଯୋଗ ଦେଇଥିଲା। ବିଶେଷକରି ଯୁବକମାନଙ୍କୁ ଗୁରୁତ୍ୱ ଦିଆଯାଇଥିଲା। ଆଗାମୀ ଦିନରେ ଯୁବପିଢ଼ି ହିଁ କଂଗ୍ରେସକୁ ଆଗକୁ ନେଇ ପାରିବେ। ରାଜନୀତିରେ ମୁଁ କଂଗ୍ରେସରେ ଅଛି ଓ ରହିବି। ଯିଏ ବି ଦଳର ଦାୟିତ୍ୱ ନେବ ତାଙ୍କୁ ସମ୍ପୂର୍ଣ୍ଣ ଭାବେ ସହଯୋଗ କରିବେ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ୨୦୧୯ ନିର୍ବାଚନରେ ନିରଞ୍ଜନ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ। କେନ୍ଦୁଝର ଜିଲାର ଘସିପୁରା ଓ ଭଦ୍ରକ ଜିଲାର ଭଣ୍ଡାରୀପୋଖରୀ ବିଧାନସଭା ଲାଗି ସେ ପ୍ରତିନ୍ଦ୍ୱନ୍ଦିତା କରିଥିଲେ। ମାତ୍ର ଉଭୟ ଆସନରେ ତାଙ୍କୁ ପରାଜୟର ମୁହଁ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?