ପୁଅର ମୃତ୍ୟୁ ଖବର ଶୁଣି ଆରପାରିକୁ ଚାଲିଗଲେ ମା’

ବାଲେଶ୍ୱର ଅଫିସ, ୧୬।୩-ଚିକିତ୍ସା ଅବହେଳାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନା ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ରୋଗୀଙ୍କ ସମ୍ପର୍କୀୟମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ନିକଟରେ ଅଭିଯୋଗ କରିଥିଲେ। ସଦର ବିଧାୟକ ମଦନମୋହନ ଦତ୍ତ ପହଞ୍ଚତ୍ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଛୋଟରାୟଙ୍କୁ ଭେଟି ଘଟଣା ସମ୍ପର୍କରେ ପଚାରିଥିଲେ ମଧ୍ୟ ସନ୍ତୋଷଜନକ ଉତ୍ତର ନ ପାଇବାରୁ ସେ ଜିଲାପାଳଙ୍କୁ ଅବଗତ କରାଇଥିଲେ। ଅନ୍ୟପକ୍ଷରେ ଡାକ୍ତରଖାନାରେ ପୁଅର ମୃତ୍ୟୁ ହୋଇଥିବା ଖବର ଶୁଣି ତାଙ୍କ ମା’ଙ୍କର ମଧ୍ୟ ହୃଦ୍‌ଘାତରେ ପରଲୋକ ହୋଇଯାଇଛି।
ସହର ନିଟକସ୍ଥ ନୂଆପୁର ଅଞ୍ଚଳର ଶ୍ରୀକାନ୍ତ ଲେଙ୍କାଙ୍କ ଦେହ ଖରାପ ହେବାରୁ ଶନିବାର ରାତିରେ ତାଙ୍କୁ ପରିବାର ଲୋକେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଡାକ୍ତରଙ୍କ ପରାମର୍ଶରେ ଉପସ୍ଥିତ ନର୍ସ ତାଙ୍କୁ ଚିକିତ୍ସା କରିଥିଲେ। ରବିବାର ଶ୍ରୀକାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପରିବାର ଓ ଗ୍ରାମବାସୀ ନର୍ସ ଭୁଲ୍‌ ଇଞ୍ଜେକଶନ ଦେଇଥିବାରୁ ତାଙ୍କର ମୃତ୍ୟୁ ହୋଇଥିବାର ଅଭିଯୋଗ କରି ମୃତଦେହକୁ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଅଫିସ୍‌ ସମ୍ମୁଖରେ ଧାରଣା ଦେଇଥିଲେ। ଶ୍ରୀକାନ୍ତଙ୍କ ମୃତ୍ୟୁ ହୋଇଥିବା ଖବର ଶୁଣି ତାଙ୍କ ମା’ ମଧ୍ୟ ହୃଦ୍‌ଘାତରେ ମୃତ୍ୟୁବରଣ କରିଥିଲେ। ଏବେ ତାଙ୍କ ପରିବାରରେ କେବଳ ମୃତ ଶ୍ରୀକାନ୍ତଙ୍କ ଦିବ୍ୟାଙ୍ଗ ନାବାଳକ ପୁଅ ଅଛନ୍ତି। ସେ କିପରି ଉଭୟ ବାପା ଓ ଜେଜେମା’ଙ୍କ ଶୁଦ୍ଧିକ୍ରିୟା ସମ୍ପନ୍ନ କରିବେ ସେନେଇ ଗ୍ରାମବାସୀ ବ୍ୟସ୍ତ ହୋଇପଡିଥିଲେ। ସଦର ବିଧାୟକ ଦତ୍ତ ସମସ୍ତ ଘଟଣା ଜାଣିବା ପରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସହ ଯୋଗାଯୋଗ କରି ମୃତକ ପରିବାରଙ୍କୁ ରେଡ଼କ୍ରସ୍‌ରୁ ୧୦ହଜାର ଟଙ୍କା ସହାୟତା ଦେବା ପରେ ଗ୍ରାମବାସୀ ଗାଁକୁ ଫେରି ଗାଁ ଶ୍ମଶାନରେ ଦୁଇଜଣଙ୍କ ଅନ୍ତେଷ୍ଟିକ୍ରିୟା ସମ୍ପନ୍ନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri