ପୁଅ ପିଠିରେ ଗଧ ଲେଖି ନିସ୍ତୁକ ପିଟିଲେ ବାପା: ଗିରଫ କଲା ପୋଲିସ

ତେଲକୋଇ,୧୨।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଜଣେ ୮ ବର୍ଷର ଶିଶୁପୁତ୍ରକୁ ତାଙ୍କ ବାପା ନିସ୍ତୁକ ପିଟୁଥିଲେ। ଏଥିଯୋଗୁ ପିଲାଟି ଉଲଗ୍ନ ଅବସ୍ଥାରେ ଲହୁଲୁହାଣ ହୋଇ ଦୌଡ଼ୁଥିଲେ ମଧ୍ୟ ବାପା ତାଙ୍କୁ ଛାଡ଼ି ନ ଥିଲେ। ଏକ ବେସରକାରୀ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରେ ପଢୁଥିବା ଏହି  ଶିଶୁପୁତ୍ର ବାପାଙ୍କ ମାଡ଼ରେ ଏତେ ଭୟଭୀତ ହୋଇପଡିଥିଲେ ଯେ, ବାପାଙ୍କ ମାଡ଼ରୁ ରକ୍ଷାପାଇବା ପାଇଁ ତେଲକୋଇ ବଜାରରେ ଦୌଡିଥିଲେ। ଏହି ଘଟଣା ଦେଖିବା ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।
ପୁଅର ପାଠ ପଢ଼ାକୁ ନେଇ ବାପା ଅଶ୍ୱିନୀ କୁମାର ପାତ୍ର ତାକୁ ନିସ୍ତୁକ ମାଡ଼ ମାରିବା ସହ ଉଲଗ୍ନ କରି ପିଠିରେ ଗଧ ଲେଖିଦେଇଥିଲେ। ତାଙ୍କ ମାଡ଼ରେ ପିଲାଟିର ବାମହାତରେ ଗଭୀର ଆଘାତ ଲାଗିଥିଲା। ଫଳରେ ପିଲାଟି ମାଡରୁ ରକ୍ଷା ପାଇବା ପାଇଁ ଉଲଗ୍ନ ଅବସ୍ଥାରେ ଦୌଡ଼ି ଦୌଡ଼ି ଜଗନ୍ନାଥ ମନ୍ଦିର ପାଖରେ ପହଞ୍ଚିଥିଲେ।
ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ପିଲାଟିକୁ ଉଦ୍ଧାର କରି ଥାନାକୁ ଆଣିଥିଲା। ଏନେଇ ପୋଲିସ ନିଜ ପକ୍ଷରୁ ଆଇପିସି ଧାରା ୩୪୧, ୨୯୪, ୫୦୬, ୩୨୩ ଓ ୩୨୫ରେ ଏକ ମାମଲା (ନଂ. ୨୫/୨୦)ରୁଜୁ କରି ଅଶ୍ୱିନୀଙ୍କୁ ଗିରଫ କରିଥିବା ତେଲକୋଇ ଥାନା ଆଇଆଇସି ପଦ୍ମାସିନୀ ମେହେର କହିଛନ୍ତି। ଅଶ୍ୱିନୀ ଏକ ବ୍ୟାଙ୍କରେ ଚାକିରି କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri