ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ହାସଲ ହୋଇ ନ ପାରେ

ନୂଆଦିଲ୍ଲୀ,୩-୧: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ସରକାର ଧାର୍ଯ୍ୟ କରିଥିବା ୧.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟକୁ ହାସଲ କରି ନ ପାରନ୍ତି। ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌), କଣ୍ଟେନର କର୍ପୋରେଶନ ଅଫ୍‌ ଇଣ୍ଡିଆ(କନକର୍ପ)ଏବଂ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ଘରୋଇକରଣ ଲାଗି ଯୋଜନା ରଖିଥିବା ବେଳେ ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଏହା ଶେଷ ହୋଇ ନ ପାରେ। ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ଏ ନେଇ ଗୁରୁବାର ସୂଚନା ଦେଇଛନ୍ତି। ନିବେଶ ଏବଂ ରାଷ୍ଟ୍ରାୟତ୍ତ ସମ୍ପତ୍ତି ପରିଚାଳନା(ଦୀପମ) ବିଭାଗର ଏହି ଅଧିକାରୀ ଜଣକ କହିଛନ୍ତି ଯେ, ଏହି କମ୍ପାନୀଗୁଡିକର ଅଂଶଧନ ଉପରେ କାର୍ଯ୍ୟକ୍ରମ ଜାରି ରହିଛି। ପ୍ରକ୍ରିୟା ଆରମ୍ଭ ହେବା ପରେ କିଛି ଅସୁବିଧା ସାମ୍ନାକୁ ଆସିବା ପରେ ଏହି ଧାରାରେ ବିଳମ୍ବ ଉପୁଜୁଛି।
ସରକାର ୧.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଲକ୍ଷ୍ୟ ନେଇ ଅଗ୍ରସର ହେଉଥିବା ବେଳେ ବର୍ତ୍ତମାନ ସୁଦ୍ଧା କେବଳ ୧୨,୩୫୯ କୋଟି ଟଙ୍କା ସଂଗ୍ରହ କରିବାକୁ ସକ୍ଷମ ହୋଇଛନ୍ତି। ଏହି ସମୟରେ ବିତ୍ତୀୟ ନିୟଣ୍ଟ ବଜେଟ ଧାର୍ଯ୍ୟ ଲକ୍ଷ୍ୟ ଟପି ୧୧୫% ଛୁଇଁଛି। ଏହା ଯୋଗୁ ପୁଞ୍ଜି ପ୍ରତ୍ୟାହାର ଉପରେ ପ୍ରଭାବ ପଡିବକି ନାହିଁ ସେ ଉପରେ କୌଣସି ଉତ୍ତର ରଖି ନାହାନ୍ତି। ବିପିସିଏଲ୍‌ର ଷ୍ଟ୍ରାଟେଜିକ ବିନିବେଶ ଦ୍ୱାରା ସରକାରଙ୍କୁ ୬୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଟଙ୍କା ମିଳିବାର ସମ୍ଭାବନା ରହିଛି। ଅଧିକାରୀ କହିଛନ୍ତି ଯେ, ସରକାର ଏବେ ବିତ୍ତୀୟ ବିବରଣୀ ପ୍ରସ୍ତୁତ କରୁଛନ୍ତି। ଅଂଶଧନ ବିକ୍ରିର ବିଭିନ୍ନ ତଥ୍ୟ ଏବେ ଲୋଡାଯାଉଛି। ଏହି ପ୍ରକ୍ରିୟାରେ କିଛି ସମୟ ଲାଗି ଥାଏ ବୋଲି ଅଧିକାରୀ ମତ ଦେଇଛନ୍ତି। କନକର୍ପର ଘରୋଇକରଣ ନିଶ୍ଚିତ ସ୍ଥିତିରେ ରହିଛି। ଏ ନେଇ ଚୂଡାନ୍ତ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri