ପୁଟିନ୍‌ଙ୍କୁ ବ୍ୟଙ୍ଗ କଲେ ଟ୍ରମ୍ପ୍‌: ଏଥର ରାଷ୍ଟ୍ରପତି ନିର୍ବାଚନରେ ହସ୍ତକ୍ଷେପ କରିବ ନାହିଁ

ଓସାକା,୨୯ା୬(ଆଇଏଏନ୍‌ଏସ୍‌): ଜାପାନର ଓକାସା ସହରରେ ଚାଲିଥିବା ୨ ଦିନିଆ ଜି-୨୦ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ରୁଷିଆ ପ୍ରତିପକ୍ଷ ଭ୍ଲାଡିମିର ପୁଟିନ୍‌ଙ୍କୁ ସାକ୍ଷାତ୍‌ କରିଛନ୍ତି। ହ୍ବାଇଟ୍‌ ହାଉସ୍‌କୁ ପୁଣି ଫେରିବାକୁ ଲକ୍ଷ୍ୟ ରଖିଥିବା ଟ୍ରମ୍ପ୍‌ ଏହି ଅବସରରେ ପୁଟିନ୍‌ଙ୍କୁ ବ୍ୟଙ୍ଗ କରି ୨୦୨୦ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ହସ୍ତକ୍ଷେପ ନ କରିବାକୁ ଅନୁରୋଧ କରିଛନ୍ତି।
ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ମସ୍କୋ ହସ୍ତକ୍ଷେପ କରିଥିବା ଅଭିଯୋଗ ହେବା ପରେ ବିବାଦ ସୃଷ୍ଟି ହୋଇଥିଲା। ଓସାକାରେ ଶୁକ୍ରବାର ଦୁଇ ବିଶ୍ୱନେତା ପରସ୍ପରକୁ ସାକ୍ଷାତ କରିବା ସମୟରେ ଜଣେ ଖବରଦାତା ଟ୍ରମ୍ପ୍‌ଙ୍କୁ ପ୍ରଶ୍ନ କରିଥିଲେ, ଆପଣ ରୁଷିଆ ରାଷ୍ଟ୍ରପତିଙ୍କୁ ୨୦୨୦ ନିର୍ବାଚନରେ ହସ୍ତକ୍ଷେପ ନ କରିବାକୁ କହିବେ କି। ଏହାର ଉତ୍ତରରେ ଟ୍ରମ୍ପ୍‌ କହିଥିଲେ, ହଁ ନିଶ୍ଚୟ। ପରେ ସେ ପୁଟିନ୍‌ଙ୍କ ଆଡ଼କୁ ପାଖେଇ ଯାଇ ଓ ତାଙ୍କ ଆଖିକୁ ନ ଚାହିଁ ସ୍ମିତହାସ୍ୟ ମୁହଁରେ କହିଥିଲେ, ଦୟାକରି ଏହି ନିର୍ବାଚନରେ ହସ୍ତକ୍ଷେପ କରନାହିଁ। ପୁଟିନ୍‌ ମଧ୍ୟ ହସିଦେଇ ତାଙ୍କ କଥା ଦୋହରାଇଥିଲେ, ଏହି ନିର୍ବାଚନରେ ମୁଣ୍ଡ ଖେଳାଅ ନାହିଁ। ୨୦୧୬ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରୁଷିଆର ହସ୍ତକ୍ଷେପରେ ପୁଟିନଙ୍କ ବିଶ୍ୱସନୀୟତାକୁ ନେଇ ଟ୍ରମ୍ପ୍‌ ପ୍ରଶ୍ନ ଉଠାଇଥିଲେ। ହେଲ୍‌ସିଙ୍କି ସମ୍ମିଳନୀ ପରେ ଦୁଇ ନେତାଙ୍କ ମଧ୍ୟରେ ଏହା ଥିଲା ପ୍ରଥମ ସାକ୍ଷାତ। ଏହି ଅବସରରେ ଟ୍ରମ୍ପ୍‌ ତାଙ୍କ ରୁଷିଆ ପ୍ରତିପକ୍ଷଙ୍କୁ ପ୍ରଶଂସା କରିବା ସହ ବାଣିଜ୍ୟ, ନିରସ୍ତ୍ରୀକରଣ ଓ ଭେନିଜୁଏଲା ସଙ୍କଟ ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri