ପୁଣିଥରେ ରିଲିଜ୍‌ ହେବ ‘ଅଂଗ୍ରେଜି ମିଡିୟମ’

ମୁମ୍ବାଇ: କରୋନା ଭାଇରସର ପ୍ରଭାବ ଏବେ ପ୍ରାୟ ସବୁ କ୍ଷେତ୍ରରେ ଦେଖିବାକୁ ମଳିଲାଣି। ଏହି ମାରାତ୍ମକ ଭୂତାଣୁଠାରୁ ଦୂରେଇ ରହିବାକୁ ଏବେ ଜରୁରୀ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହା ଦ୍ରୁତ ଗତିରେ କାୟା ବିସ୍ତାର କରୁଥିବାରୁ ଏହାକୁ ରୋକିବାକୁ ଯାଇ ଦିଲ୍ଲୀ, ମୁମ୍ବାଇ, ଜମ୍ମୁ-କଶ୍ମୀର, କେରଳ, ଓଡ଼ିଶା ସମତେ ଆଉ କେତେକ ରାଜ୍ୟରେ ଶିକ୍ଷାନୁଷ୍ଠାନ, ସିନେମା ହଲ, ସୁଇମିଂ ପୁଲ ଆଦିକୁ ଏପ୍ରିଲ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି। ଥିଏଟର ବନ୍ଦ ହେବା ଫଳରେ ଏହାର ପ୍ରଭାବ ମନୋରଞ୍ଜନ ଜଗତ ଉପରେ ପଡିଛି। ଯେଉଁଦିନ ଦିଲ୍ଲୀ ସରକାର ଥିଏଟର ବନ୍ଦ କରିବାକୁ ଘୋଷଣା କଲେ ଠିକ୍‌ ସେହିଦିନ ବଲିଉଡ୍‌ ମୁଭି ‘ଅଂଗ୍ରେଜି ମିଡିୟମ’ ରିଲିଜ୍‌ କରାଯାଇଥିବାରୁ ଏହାର ବ୍ୟବସାୟ ଆଦୌ ହୋଇନି କହିଲେ ଚଳେ। ତେଣୁ ଏହାକୁ ଦୃଷ୍ଟିରେ ରଖି ଏବେ ‘ଅଂଗ୍ରେଜି ମିଡିୟମ’କୁ ପୁଣିଥରେ ରିଲିଜ୍‌ କରାଯିବାକୁ ଯୋଜନା କରାଯାଇଥିବା ଜଣାପଡିଛି। ଥିଏଟର ଖୋଲିବା ପରେ ସୁବିଧା ଦେଖି ଫିଲ୍ମକୁ ପୁଣିଥରେ ରିଲିଜ୍‌ କରାଯିବ ବୋଲି ମେକର୍ସ କହିଛନ୍ତି। ତେବେ ରିଲିଜ୍‌ର ପ୍ରଥମ ଦିନରେ ଏହା ପାଖାପାଖି ୪ କୋଟି ବ୍ୟବସାୟ କରିଥିବାରୁ ପୁଣିଥରେ ରିଲିଜ୍‌ କରାଗଲେ ଏହା ଭଲ ବ୍ୟବସାୟ କରିବ ବୋଲି ମେକର୍ସ ଆଶା ରଖିଛନ୍ତି। କରୋନା ଭାଇରସରୁ ମୁକୁଳିବା ଆମପାଇଁ ପ୍ରଥମ କାମ ହୋଇଥିବାରୁ ଏହାକୁ ପ୍ରାଧାନ୍ୟ ଦେବା ଉଚିତ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ସମୁଦ୍ର ନୁହେଁ, ମରୁଭୂମିରୁ ମିଳିଲା ୫୦୦ ବର୍ଷ ପୁରୁଣା ଜାହାଜ; ଭିତରୁ ବାହାରିଲା କୋଟି କୋଟି ଟଙ୍କାର ଖଜଣା

ନୂଆଦିଲ୍ଲୀ,୨୬ା୭: କଳ୍ପନା କରନ୍ତୁ, ଯେଉଁଠି ଚାରିଆଡ଼େ କେବଳ ବାଲି ହିଁ ବାଲି, ସେଠାରେ ଅଚାନକ ଏକ ପୁରୁଣା ଜାହାଜ ମିଳିଗଲେ କେମିତି ଲାଗିବ? ଏପରି ହିଁ ଘଟିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri