ପୁଣି ଅନନ୍ୟାଙ୍କୁ ମିଳିଲା କରନଙ୍କ ଅଫର୍‌

ମୁମ୍ବାଇ: ବଲିଲଡ୍‌ ଷ୍ଟାର କିଡ୍‌ ଅନନ୍ୟା ପାଣ୍ଡେଙ୍କ ହାତରେ ଏବେ ଅଫର୍‌ ଉପରେ ଅଫର୍‌। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’ ହିଟ୍‌ ହେବା ପରେ ପୁଣିଥରେ ଧର୍ମା ପ୍ରଡକସନରୁ ତାଙ୍କୁ ନେକ୍ସ ଫିଲ୍ମ ପାଇଁ ଅଫର୍‌ ମିଳିଥିବା ଜଣାପଡିଛି। ତାଙ୍କ ପ୍ରଥମ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦି ଇୟର’ ଫ୍ଲପ୍‌ ହେବା ପରେ କିନ୍ତୁ ଏବେ ‘ପତି ପତ୍ନୀ ଔର ଓ୍ବ’ ତାଙ୍କୁ ସଫଳତା ଆଣି ଦେଇଛି। ଅବଶ୍ୟ ଏବେ ସେ କରନ ଜୋହରଙ୍କ ଫିଲ୍ମରେ ବି ଲିଡ୍‌ ରୋଲରେ ଆସୁ ନାହାନ୍ତି। କାରଣ ଏଥିରେ ଲିଡ୍‌ ରୋଲରେ ଆସିବେ ଦୀପିକା ପାଦୁକୋନ ଓ ଅନନ୍ୟା ଆସିବେ ସେକେଣ୍ଡ ଲିଡ୍‌ ରୋଲ୍‌ରେ। ଶକୁନ ବତ୍ରା ଏହାର ନିର୍ଦ୍ଦେଶକ ଭାବେ କାମ କରିବେ। ସେ ପୂର୍ବରୁ କରନଙ୍କ ସହ ‘ଏକ ମେଁ ଔର ଏକ ତୁ’ ଓ ‘କପୁର ଆଣ୍ଡ ସନ୍ସ’ରେ କାମ କରି ସାରିଛନ୍ତି। ଏହା କରନଙ୍କ ସହ ଶକୁନଙ୍କର ତୃତୀୟ ଫିଲ୍ମ ହେବ। ହେଲେ ଏହି ଫିଲ୍ମରେ ଅନନ୍ୟାଙ୍କ ସହକଳାକାରଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri