ପୁଣି ଅଲୋଡ଼ା ଶିଶୁକନ୍ୟା

ଜଗନ୍ନାଥପ୍ରସାଦ,୧୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କଣ୍ଡରସିଂ ନିକଟରେ ଥିବା ନାଳ ନିକଟରେ ବୁଧବାର ସକାଳେ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ନବଜାତକକୁ କେହି ଗ୍ରାମ ପଛ ନାଳରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଶିଶୁକନ୍ୟାର କାନ୍ଦ ଶୁଣି ଅଞ୍ଚଳର ଜଣେ ଛୋଟ ପିଲା ନାଳ ପାଖରେ ଦେଖି ସଙ୍ଗେ ସଙ୍ଗେ ଗ୍ରାମର ଲୋକଙ୍କୁ ଖବର ଦେଇଥିଲା। ଏହି ଖବର ପାଇ ସ୍ଥାନୀୟ ବାସିନ୍ଦା ଓ ମହିଳା ଶିଶୁକନ୍ୟାକୁ ଉଦ୍ଧାର କରି ସ୍ଥାନୀୟ ପ୍ରଶାସନକୁ ଖବର ଦେଇଥିଲେ। ଏହା ପରେ ଆଶା, ଅଙ୍ଗନଓ୍ବାଡି କର୍ମୀ, ସୁପରଭାଇଜର ସିଡିପିଓଙ୍କ ଉପସ୍ଥିତିରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଚିକିତ୍ସା ପରେ ଶିଶୁଟିର ଅବସ୍ଥା ଭଲଥିବା ଜଣାପଡ଼ିଛି। ଏହାପରେ ଡାକ୍ତର ଦାସ କିରଣ କୁମାର ବ୍ରହ୍ମପୁର ବଡ଼ ମେଡିକାଲ ଶିଶୁ ସୁରକ୍ଷା ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି।
ଅନ୍ୟପକ୍ଷରେ ଉଦ୍ଧାର ଶିଶୁକନ୍ୟା ସମ୍ପର୍କରେ ସିଡବ୍ଲ୍ୟୁସିକୁ ଖବର ଦିଆଯାଇଥିବା ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri