ପୁଣି ଆକ୍ସନରେ ମୋଦି ସରକାର;୧୫ ବରିଷ୍ଠ ଆୟକର ଅଧିକାରୀ ଜବରଦସ୍ତ ବିଦା

ନୂଆଦିଲ୍ଲୀ,୨୮-୯: ଅପାରଗ ଅଧିକାରୀଙ୍କ ବିରୋଧରେ ପୁନର୍ବାର ମୋଦି ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଦୁର୍ନୀତି, ସିବିଆଇ ମାମଲା ଓ ଅନ୍ୟ କେତେକ କାରଣ ଯୋଗୁ ସରକାର ୧୫ ଜଣ ବରିଷ୍ଠ ଆୟକର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଚାକିରିରୁ ବିଦା କରିଛନ୍ତି।
ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ(ସିବିଡିଟି) ପକ୍ଷରୁ ସିଆଇଟି, ଜେସିଆଇଟି, ଆଡିଶନାଲ ସିଆଇଟି, ଏସିଆଇଟି ପଦରେ କାର୍ଯ୍ୟରତ ବରିଷ୍ଠ ଅଧିକାରୀଙ୍କୁ ମୌଳିକ ନିୟମ ୫୬(ଜେ) ଅଧୀନରେ ଜବରଦସ୍ତ ଅବସର ଦିଆଯାଇଛି। ସେମାନଙ୍କ ବିରୋଧରେ ମୁଖ୍ୟତଃ ଦୁର୍ନୀତି ଅଭିଯୋଗ ରହିଛି। ସୂଚନାଥାଉ କି, ନିଜ କ୍ଷମତାର ଦୁରୂପଯୋଗ କରି ଦୁର୍ନୀତିରେ ଲିପ୍ତ ଟିକସ ଅଧିକାରୀଙ୍କୁ ଜବରଦସ୍ତ ଅବସର ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ନିଜର ଉଦ୍‌ବୋଧନରେ କହିଥିଲେ। ଗଣମାଧ୍ୟମକୁ ଏକ ସାକ୍ଷାତ୍‌କାର ଦେଇ ସେ ପୁଣି ଏହାକୁ ଦୋହରାଇଥିଲେ ଏବଂ କହିଥିଲେ ଯେ, ଏଭଳି ଦୁର୍ନୀତିଗ୍ରସ୍ତ ଆୟକର ବ୍ୟକ୍ତି ଟିକସଦାତାଙ୍କୁ ଅଯଥା ହଇରାଣ କରୁଛନ୍ତି। ଏଥିପୂର୍ବରୁ ସିବିଡିଟି ୧୨ ଅଧିକାରୀଙ୍କ ସମେତ ୪୯ ଉଚ୍ଚ ପଦରେ କାର୍ଯ୍ୟରତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ। ସୂଚନାଥାଉ କି, ଜୁନ୍‌ରେ ସରକାର ଦୁର୍ନୀତି ଅଭିଯୋଗରେ ସିବିଆଇସିର ୧୫ ଜଣ କମିଶନର ର଼୍ୟାଙ୍କର ଅଧିକାରୀଙ୍କୁ ଚାକିରିରୁ ବିଦା କରିଥିବା ବେଳେ ୧୨ ଆଇଆର୍‌ଏସ୍‌ ଅଧିକାରୀଙ୍କୁ ଜବରଦସ୍ତ ଅବସର ଦିଆଯାଇଥିଲା। ସେହିପରି ଅଗଷ୍ଟରେ ୨୨ ସିବିଆଇସି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?