ପୁଣି ଏଭରେଷ୍ଟ ଅଭିଯାନରେ କଳ୍ପନା ଦାଶ

ଢେଙ୍କାନାଳ ଅଫିସ, ୧୮।୪- ପୃଥିବୀର ସର୍ବୋଚ୍ଚ ଗିରିଶୃଙ୍ଗରୁ ଗୁଞ୍ଜରିତ ହେବ ବିଶ୍ୱଶାନ୍ତି, ନାରୀ ସଶକ୍ତୀକରଣ ବାର୍ତ୍ତା। ମାଉଣ୍ଟ ଏଭରେଷ୍ଟରେ ପାଦ ରଖି ପୁଣିଥରେ ଇତିହାସ ରଚିବେ ଢେଙ୍କାନାଳର କଳ୍ପନା ଦାଶ। ଏଥିପାଇଁ ସେ ବୁଧବାର ପହଞ୍ଚତ୍ଛନ୍ତି ନେପାଳର ଲୁକଲାରେ।  ଏହି ଅଭିଯାନରେ ସାମିଲ ହୋଇଛନ୍ତି ନେପାଳର କାଞ୍ଚତ୍ମାୟା ତମାଙ୍ଗ ଏବଂ ଚାଇନାର ଲିଆମୁ ମା। ୧୮ଥର ଏଭରେଷ୍ଟ ଆରୋହଣ କରିଥିବା ମାଉଣ୍ଟେନର ପେମ୍ବା ଧୀରଜେ ସେରପାଙ୍କ ନେତୃତ୍ୱରେ ଏହି ଅଭିଯାନ ଆରମ୍ଭ ହେବ। ଏ ନେଇ ହ୍ବାଟସଆପ୍‌ରେ ସୂଚନା ଦେଇଛନ୍ତି କଳ୍ପନା। ସାରା ବିଶ୍ୱବାସୀଙ୍କ ନିକଟରେ ବିଶ୍ୱଶାନ୍ତି, ବିଶ୍ୱ ଭ୍ରାତୃତ୍ୱ, ନାରୀ ସଶକ୍ତୀକରଣ ବାର୍ତ୍ତା ପହଞ୍ଚାଇବା ସର୍ବୋପରି ମହିଳାଙ୍କୁ ଦୁଃସାହସିକ କ୍ରୀଡ଼ା ପ୍ରତି ଆକୃଷ୍ଟ କରାଇବା ଏହି ଅଭିଯାନର ପ୍ରମୁଖ ଉଦ୍ଦେଶ୍ୟ ବୋଲି କଳ୍ପନା ସୋସିଆଲ ମିଡିଆରେ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, କଳ୍ପନା ଦାଶ ୨୦୦୮ରେ ଏଭରେଷ୍ଟ ଆରୋହଣ କରିଥିଲେ। ଏହାକୁ ବାଦ୍‌ ଦେଲେ ସେ ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆରେ ମଧ୍ୟ ପର୍ବତ ଆରୋହଣ କରିଛନ୍ତି। କଳ୍ପନାଙ୍କ ସହ ଅଭିଯାନରେ ସାମିଲ ହୋଇଥିବା ଅନ୍ୟ ଦୁଇଜଣ ମହିଳା ପୂର୍ବରୁ ଏଭରେଷ୍ଟ ଆରୋହଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri