ପୁଣି କୋହଳ ହେଲା ଗାଡ଼ି କାଗଜପତ୍ର ଯାଞ୍ଚ ନିୟମ: ଆଉ ତିନି ମାସ ଘୁଞ୍ଚିଲା ଡେଡ୍‌ଲାଇନ୍‌

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ପୁଣି ଘୁଞ୍ଚିଲା ଡେଡ୍‌ଲାଇନ୍‌। ଡିସେମ୍ବର ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ପାଇଁ ଯେଉଁ ଘୋଷଣା କରାଯାଇଥିଲା ତାହା ଘୁଞ୍ଚିଛି। ଏହାକୁ ଆଉ ତିନି ମାସ କୋହଳ କରାଯାଇଛି। ଏନେଇ ବିଧାନସଭାରେ ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇ କହିଛନ୍ତି, ଆର୍‌ଟିଓ ଅଫିସରେ ଭିଡକୁ ଦୃଷ୍ଟିରେ ରଖି ଯାଞ୍ଚ ଅବଧିକୁ କୋହଳ କରାଯାଉଛି। ଡିସେମ୍ବର ୧ରୁ ଆଉ ୩ ମାସ ଏହାକୁ କୋହଳ କରାଯିବ। ଏହି ସମୟ ମଧ୍ୟରେ ମଦ ପିଇ ଗାଡ଼ି ଚଳାଇବା ଏବଂ ହେଲ୍‌ମେଟ ଯାଞ୍ଚ ଆଦି ଜାରି ରହିବ। ତେବେ କେବଳ ଗାଡ଼ିର କାଗଜପତ୍ର ଆଦି ଯାଞ୍ଚ ସୀମାକୁ କୋହଳ କରାଯାଇଥିବା ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ପୂର୍ବ ନିର୍ଦ୍ଧାରିତ ଅବଧି ପୂରିବାକୁ ଆଉ ମାତ୍ର ଦୁଇଦିନ ବାକିଥିବା ଯୋଗୁ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ଆର୍‌ଟିଓ କାର୍ଯ୍ୟାଳୟରେ ଲୋକମାନଙ୍କ ଲମ୍ବା ଲାଇନ ଲାଗିଥିବା ଦେଖିବାକୁ ମିଳିଥିଲା। ଏହାକୁ ନେଇ ଗୁରୁବାର ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ଦଳ ନେତା ଉଦ୍‌ବେଗ ପ୍ରକାଶ କରଥିଲେ। ଆର୍‌ଟିଓ କାର୍ଯ୍ୟାଳୟରେ ଆବଶ୍ୟକ ସଂଖ୍ୟକ କର୍ମଚାରୀ ନ ଥିବାରୁ ଲୋକମାନେ ହଇରାଣ ହରକତ ହେଉଛନ୍ତି। ତୁରନ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଉ। ପରିସ୍ଥିତିକୁ ଦୃଷ୍ଟିରେ ରଖି କାଗଜପତ୍ର କରିବା ଲାଗି ଆଉ ତିନି ମାସ ସମୟ ଦିଆଯାଉ ବୋଲି ସେମାନେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri