Posted inଖେଳ

ପୁଣି ଚମକିଲେ ଲେଡି ତେନ୍ଦୁଲକର

ନୂଆଦିଲ୍ଲୀ,୧୧।୧୧: ଭାରତୀୟ ମହିଳା କ୍ରିକେଟରେ ଲେଡି ତେନ୍ଦୁଲକର। କ୍ରିକେଟ ଇତିହାସର କିମ୍ବଦନ୍ତୀ ଖେଳାଳି ସଚିନ ୧୬ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ଆଉ ତାଙ୍କୁ ଅନୁସରଣ କରିଛନ୍ତି ଏହି ମହିଳା କ୍ରିକେଟର ଜଣଙ୍କ। ମାତ୍ର ୧୫ ବର୍ଷ ବୟସରେ ଜାତୀୟ ଟିମରେ ସେ ପାଇଛନ୍ତି ସ୍ଥାନ। ଏହି ମହିଳା କ୍ରିକେଟର ଜଣକ ହେଲେ ଶେଫାଳି ବର୍ମା। ଭାରତୀୟ ମହିଳା କ୍ରିକେଟ ଟିମ୍‌ ସେଣ୍ଟ ଲୁସିଆର ଡ୍ୟାରେନ୍‌ ସାମି ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଟି-୨୦ ସିରିଜର ପ୍ରଥମ ମ୍ୟାଚ ଏବଂ ଦ୍ୱିତୀୟ ମ୍ୟାଚ୍‌ରେ ଚମକିଛନ୍ତି ଶେଫାଳି। ସେ ଲଗାତର ଦୁଇଟି ମ୍ୟାଚ୍‌ରେ ଅଦ୍ଧର୍ର୍ଶତକ ହାସଲ କରିଛନ୍ତି। ପ୍ରଥମ ମ୍ୟାଚ୍‌ରେ ସେ ମାତ୍ର ୪୯ଟି ବଲରୁ ୬ଟି ଚୌକା ଏବଂ ୪ଟି ଛକା ସହ ୭୩ରନ୍‌ ରନର ପାଳି ଖେଳିଥିବାବେଳେ ଦ୍ୱିତୀୟ ମ୍ୟାଚରେ ୪୪ଟି ବଲ୍‌ରୁ ୧୦ଟି ଚୌକା ଏବଂ ୨ଟି ଛକା ସହ ୬୯ରନର ପାଳି ଖେଳିଥିଲେ। ଏହାସହ ଭାରତର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ୍‌ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୩୦ ବର୍ଷ ରେକର୍ଡ ଭାଙ୍ଗିଛନ୍ତି। ତେନ୍ଦୁଲକର ୧୬ ବର୍ଷ ୨୧୪ଦିନରେ ଅନ୍ତର୍ଜାତୀୟ କ୍ରିକେଟରେ ପ୍ରଥମ ଅର୍ଦ୍ଧଶତକ ହାସଲ କରିଥିବାବେଳେ ଶେଫାଳି ୧୫ ବର୍ଷ ୨୮୫ ଦିନରେ ଏହି କୃତିତ୍ୱ ହାସଲ କରିଛନ୍ତି। ହରିୟାଣା ବାସିନ୍ଦା ଶେଫାଳି ପୂର୍ବରୁ ମହିଳା ଟି୨୦ ଚ୍ୟାଲେଞ୍ଜରେ ଚତ୍ମକାର ପ୍ରଦର୍ଶନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସଚିନଙ୍କୁ ନିଜ ଆଦର୍ଶ ମାନୁଥିବା ଏହି ଯୁବ ଖେଳାଳି ଆଗାମୀ ଦିନରେ ଆହୁରି ଭଲ ପ୍ରଦର୍ଶନ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri