ପୁଣି ଚର୍ଚ୍ଚାରେ ଡାବୁଗାଁ ବିଧାୟକ: ଗର୍ଭବତୀଙ୍କୁ ୫ କିଲୋମିଟର କାନ୍ଧରେ ବୋହି ଡାକ୍ତରଖାନାରେ ପହଞ୍ଚାଇଲେ

ପାପଡ଼ାହାଣ୍ଡି,୧୦।୨(ଡି.ଏନ୍‌.ଏ.): ସବୁବେଳେ ଜନହିତକର କାର୍ଯ୍ୟକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ। ଲୋକଙ୍କ ଠାରୁ ଅଭିଯୋଗ ପାଇବା ସଙ୍ଗେ ସଙ୍ଗେ ପହଞ୍ଚି ଯାଇ ସାହାଯ୍ୟ କରିବାକୁ ପଛାଉନାହାନ୍ତି। ସୋମବାର ଜଣେ ଗର୍ଭବତୀ ମହିଳା ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ଖବର ପାଇ ଗ୍ରାମରେ ପହଞ୍ଚି ଦୀର୍ଘ ୫କି.ମି. ରାସ୍ତାରେ କାନ୍ଧରେ ବୋହି ଆଣି ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ମଇଦଲପୁର ପଞ୍ଚାୟତ କୁସୁମୁଖୁଣ୍ଟି ଗ୍ରାମର ଜେମା ବେହେରାଙ୍କ ଆଜି ସକାଳୁ ପ୍ରସବ ଯନ୍ତ୍ରଣା ହୋଇଥିଲା। ମାତ୍ର ଗାଁକୁ ଭଲ ରାସ୍ତାଟିଏ ନ ଥିବାରୁ ଆମ୍ବୁଲାନ୍ସ ଆସିପାରୁନାହିଁ। ତେଣୁ ଜଙ୍ଗଲ ରାସ୍ତାରେ ଦୀର୍ଘ ୫ କି.ମି. କାନ୍ଧରେ ବୋହି ଡାକ୍ତରଖାନା ଆଣିଥିଲେ ବିଧାୟକ। ବିଧାୟକଙ୍କ ଏପରି କାର୍ଯ୍ୟ ଦେଖି ସ୍ଥାନୀୟ ଅଧିବାସୀ ପ୍ରଶଂସା କରିଛନ୍ତି। ଶୀଘ୍ର ଗ୍ରାମକୁ ପକ୍କା ରାସ୍ତା କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ବିଧାୟକଙ୍କ ସହ ବ୍ଲକ ଉପାଧ୍ୟକ୍ଷ ତ୍ରିନାଥ ପ୍ରଧାନ, ଆର୍‌ସିଏମ୍‌ଏସ ସଭାପତି ସୁଶାନ୍ତ ବେହେରା, ସରୋଜ ଜାଲ ଓ ଗ୍ରାମବାସୀ ଚାଲିଚାଲି ଡାକ୍ତରଖାନା ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri