Posted inଖେଳ

ପୁଣି ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଦୋହାଠାରେ ଚାଲିଥିବା ୨୩ତମ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ କ୍ରମାଗତ ଦ୍ୱିତୀୟଥର ଜାତୀୟ ରେକର୍ଡ ଭାଙ୍ଗିଛନ୍ତି। ରବିବାର ପ୍ରଥମ ଦିବସରେ ଅନୁଷ୍ଠିତ ମହିଳା ୧୦୦ ମିଟର ହିଟ୍‌ରେ ୧୧.୨୮ ସେକେଣ୍ଡ ସମୟ ନେଇ ନିଜ ନାମରେ ଥିବା ଜାତୀୟ ରେକର୍ଡରେ ଉନ୍ନତି ଆଣିଥିବା ଦୂତୀ ସୋମବାର ସେମିଫାଇନାଲରେ ୧୧.୨୬ ସେକେଣ୍ଡ ସମୟ ନେଇ ଏହାକୁ ଦ୍ୱିତୀୟଥର ଭାଙ୍ଗିଛନ୍ତି।
ଫାଇନାଲରେ ପଞ୍ଚମ
ଫାଇନାଲରେ କିନ୍ତୁ ଏହି ପ୍ରଦର୍ଶନକୁ ଦୋହରାଇ ପାରିନାହାନ୍ତି ଦୂତୀ। ସେ ୧୧.୪୪ ସେକେଣ୍ଡ ସମୟ ନେଇ ୫ମ ସ୍ଥାନରେ ସନ୍ତୁଷ୍ଟ ରହିଛନ୍ତି। କାଜାଖସ୍ତାନର ଓଲ୍‌ଗା ସାଫ୍ରାନୋଭା ୧୧.୧୭ ସେକେଣ୍ଡ ସହ ସ୍ବର୍ଣ୍ଣ, ଚାଇନାର ଲିଆଙ୍ଗ ଜିଆଓଜିଙ୍ଗ ୧୧.୨୮ ସେକେଣ୍ଡ ସହ ରୌପ୍ୟ ଏବଂ ସେହି ଦେଶର ଓ୍ବେଇ ୟଙ୍ଗଲି ୧୧.୩୭ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ପାଇଛନ୍ତି। ଉଜବେକିସ୍ତାନର ନିଗିନା ଶାରିପୋଭା ୧୧.୪୧ ସେକେଣ୍ଡ ସମୟ ସହ ଦୂତୀଙ୍କ ଉପରକୁ ୪ର୍ଥ ସ୍ଥାନରେ ରହି ରେସ୍‌ ଫିନିଶ୍‌ କରିଛନ୍ତି। ଫାଇନାଲରେ ଭାଗ୍ୟ ପରୀକ୍ଷା କରିଥିବା ଅନ୍ୟ ପ୍ରତିଯୋଗୀଙ୍କ ମଧ୍ୟରେ ବାହାରିନର ଇମାନ ଜାସିମ ୧୧.୫୫, କିର୍ଗିଜସ୍ତାନର ଆନା ବୁଲାନୋଭା ୧୧.୬୧ ଓ ଥାଇଲାଣ୍ଡର ସୁପଓ୍ବନ ଥିପଟ ୧୧.୬୪ ସେକେଣ୍ଡ ସମୟ ନେଇ ଯଥାକ୍ରମେ ୬ଷ୍ଠରୁ ୮ମ ସ୍ଥାନ ପାଇଛନ୍ତି।
୧୧.୨୪ ସେକେଣ୍ଡ ଯୋଗ୍ୟତା ପର୍ଯ୍ୟାୟ ଟାଇମିଂ ସ୍ପର୍ଶ କରିପାରି ନ ଥିବାରୁ ଦୂତୀ ଅଳ୍ପକେ ଆଗାମୀ ସେପ୍ଟେମ୍ବର-ଅକ୍ଟୋବରରେ ହେବାକୁଥିବା ବିଶ୍ୱ ଚାମ୍ପିୟନଶିପ୍‌ ଯୋଗ୍ୟତା ପାଇପାରି ନାହାନ୍ତି। ଯାଜପୁର ଚକା ଗୋପାଳପୁରର ଦୂତୀ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ୨୦୧୭ ଜୁନ୍‌ ୬ରୁ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ୨୨ତମ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟରରେ ବ୍ରୋଞ୍ଜ ପଦକ ପାଇଥିଲେ। ସେଠାରେ ଦୂତୀ ୧୧.୫୨ ସେକେଣ୍ଡ ସମୟ ନେଇଥିଲେ। ମାତ୍ର ଦୋହାରେ ୧୧.୪୪ ସେକେଣ୍ଡ ସମୟ ନେଇଥିଲେ ହେଁ ତାଙ୍କୁ ଖାଲି ହାତରେ ଫେରିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri