Posted inଖେଳ

ପୁଣି ଥରେ ଆଇଓଏ ବୈଠକ ଡକାଇଲେ କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଲୀ,୨୪।୮(ପିଟି): କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁ ଭାରତୀୟ ଅଲିମ୍ପିକ୍‌ ମହାସଂଘ (ଆଇଓଏ)କୁ ଆଉ ଥରେ ବୈଠକ ପାଇଁ ଡକାଇଛନ୍ତି। ବର୍ତ୍ତମାନ ଆଇଓଏ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଫେଡେରେଶନ (ସିଜିଏଫ୍‌) ମୁଖ୍ୟଙ୍କ ସହ ୨୦୨୨ କମନଓ୍ବେଲ୍‌ଥ ଗେମ୍ସରୁ ଓହରିବାକୁ ଭାରତ ଚାହୁଁଥିବାରୁ ଏସମ୍ପର୍କରେ ଆଲୋଚନା ଚାଲିଛି। ଆଇଓଏ ସଭାପତି ନରିନ୍ଦର ବାତ୍ରା ଓ ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆର ମୁଖ୍ୟ ଅଜୟ ସିଂ ଶୁକ୍ରବାର କ୍ରୀଡ଼ାମନ୍ତ୍ରୀ ରିଜିଜୁଙ୍କୁ ଭେଟି ଆଲୋଚନା କରିଥିଲେ। ଆମେ ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଅଂଶଗ୍ରହଣ କିମ୍ବା ଓହରିବୁ, ସେ ନେଇ ଆଲୋଚନା କରିଥିଲୁ। ସବୁକିଛି ଶୁଣିବା ପରେ କ୍ରୀଡ଼ାମନ୍ତ୍ରୀ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଫେଡେରେଶନ (ସିଜିଏଫ୍‌) ସଭାପତିଙ୍କୁ ଭେଟିବାକୁ କହିଥିଲେ। ସିଜିଏଫ୍‌ ସଭାପତି ଭାରତ ଆସି ଆଇଓଏ ସଭାପତି, ଜେନେରାଲ ସେକ୍ରେଟାରୀ ଓ କ୍ରୀଡ଼ାମନ୍ତ୍ରୀଙ୍କ ସହ ଆଲୋଚନା କରିବା ପାଇଁ ନିଜ ଆଡ଼ୁ ପ୍ରସ୍ତାବ ଦେଇଥିଲେ ବୋଲି ବାତ୍ରା କହିଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପରବର୍ତ୍ତୀ ସଂସ୍କରଣରୁ ଶୁଟିଂ ଇଭେଣ୍ଟ ବାଦ୍‌ ଦିଆଯାଇଛି। ଏହାକୁ ବିରୋଧ କରି ଆଇଓଏ ବର୍ମିଂହାମ ଇଭେଣ୍ଟରୁ ଓହରିବାକୁ ପ୍ରସ୍ତାବ ଦେଇଥିଲା। ଏଥିଲାଗି ସରକାରୀ ସହାୟତା ଦରକାର। ଜୁନରେ ଅନୁଷ୍ଠିତ ସିଜିଏଫ୍‌ର କାର୍ଯ୍ୟକାରୀ ବୋର୍ଡ ବୈଠକରେ ଶୁଟିଂକୁ ବାଦ୍‌ ଦେଇ ୩ ନୂଆ ଖେଳିକୁ ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri