Posted inଖେଳ

ପୁଣି ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ସିନ୍ଧୁ

ଫୁଝୋଉ (ଚାଇନା), ୫।୧୧ (ପି.ଟି.)- ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ପୁଣିଥରେ ଆଉ ଏକ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ମଙ୍ଗଳବାରଠାରୁ ଏଠାରେ ଆରମ୍ଭ ହୋଇଥିବା ୭ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନା ଓପନ୍‌ର ପ୍ରଥମ ରାଉଣ୍ଡରେ ସିନ୍ଧୁଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ବିଶ୍ୱ ମାନ୍ୟତାର ୬ଷ୍ଠ ସ୍ଥାନରେ ରହିଥିବା ସିନ୍ଧୁ ଏହି ମ୍ୟାଚ୍‌ରେ ୧୩-୨୧, ୨୧-୧୮, ୧୯-୨୧ ଗେମ୍‌ରେ ନିମ୍ନ ର଼୍ୟାଙ୍କପ୍ରାପ୍ତ ଚାଇନିଜ ତାଇପେଇ ଖେଳାଳି ପାଇ ୟୁ ପୋଙ୍କ ନିକଟରୁ ହାରିଯାଇଛନ୍ତି। ଏକ ଘଣ୍ଟା ୧୪ ମିନିଟ୍‌ ସଂଘର୍ଷ କରିବା ପରେ ପୋ’ଙ୍କୁ ଶେଷରେ ବିଜୟ ସ୍ବାଦ ମିଳିଥିଲା। ୨୪ ବର୍ଷୀୟା ଏହି ଭାରତୀୟ ଷ୍ଟାର୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ଗତ ଅଗଷ୍ଟରେ ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ଜିତିଥିଲେ। ଏହାପରେ ସେ ଚାଇନା ଓପନ୍‌ (୨ୟ ରାଉଣ୍ଡ), କୋରିଆ ଓପନ୍‌ (ପ୍ରଥମ ରାଉଣ୍ଡ), ଡେନମାର୍କ ଓପନ (ପ୍ରଥମ ରାଉଣ୍ଡ), ଫ୍ରେଞ୍ଚ୍‌ ଓପନ୍‌ (କ୍ୱାର୍ଟର ଫାଇନାଲ)ରୁ ବିଦାୟ ନେଇଥିଲେ। ପୁରୁଷ ସିଙ୍ଗଲ୍ସରେ ଏଚ.ଏସ୍‌. ପ୍ରଣୟ ମଧ୍ୟ ପ୍ରଥମ ରାଉଣ୍ଡ ବାଧା ଅତିକ୍ରମ କରିବାରେ ବିଫଳ ହୋଇଛନ୍ତି। ପ୍ରଣୟ ୧୭-୨୧, ୧୮-୨୧ ଗେମ୍‌ରେ ଡେନମାର୍କର ରାସମସ୍‌ ଗେମେକଙ୍କ ନିକଟରୁ ପରାଜୟବରଣ କରିଛନ୍ତି।
ଡବଲ୍ସ ଓ ପୁରୁଷ ଡବଲ୍ସରେ କିନ୍ତୁ ଭାରତକୁ ବିଜୟ ମିଳିଛି। ମିକ୍ସଡ ଡବଲ୍ସରେ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଅଶ୍ୱିନି ପୋନାପ୍ପା ଯୋଡ଼ି ୨୧-୧୯, ୨୧-୧୯ ସିଧାସଳଖ ଗେମ୍‌ରେ କାନାଡାର ଜୋସୁଆ ହଲ୍‌ବର୍ଟ-ୟୁ ଓ ଜୋସେଫିନ ୟୁ’ଙ୍କୁ ହରାଇଛନ୍ତି। ସେହିଭଳି ପୁରୁଷ ଡବଲ୍ସରେ ଚିରାଗ ସେଟ୍ଟୀ ଓ ରାଙ୍କିରେଡ୍ଡୀ ଯୋଡ଼ି ୨୧-୯, ୨୧-୧୫ ଗେମ୍‌ରେ ଆମେରିକୀୟ ଯୋଡ଼ିଦାରଙ୍କୁ ମାତ୍‌ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri