Posted inଖେଳ

ପୁଣି ପ୍ରଶଂସକଙ୍କୁ ଚକିତ କଲେ ଅଶ୍ୱିନ

ଚେନ୍ନାଇ,୨୦।୭- ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ପ୍ରଶଂସକଙ୍କୁ ଚକିତ କରିଛନ୍ତି। ଏଠାରେ ଅଶ୍ୱିନ ଡିଣ୍ଡିଗୁଲ ଡ୍ରାଗନ୍ସ ଓ ଚେପକ ସୁପର ଗିଲ୍‌ସ ମଧ୍ୟରେ ଶୁକ୍ରବାର ଖେଳାଯାଇଥିବା ତାମିଲନାଡୁ ପ୍ରିମିୟର ଲିଗ୍‌ (ଟିଏନ୍‌ପିଏଲ)ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଅଶ୍ୱିନ ଭିନ୍ନ ଶୈଳୀରେ ବୋଲିଂ କରିଛନ୍ତି। ଏହି ଘଟଣା ମ୍ୟାଚ୍‌ର ଅନ୍ତିମ ଓଭରର ୪ର୍ଥ ବଲରେ ଘଟିଥିଲା। ଚେପକ ସୁପର ଗିଲ୍‌ସ ଦଳ ଅନ୍ତିମ ଦୁଇ ବଲରେ ୧୭ ରନ୍‌ ଦରକାର ଥିବାବେଳେ ଅଶ୍ୱିନ ସ୍ବତନ୍ତ୍ର ବୋଲିଂ କରିଥିଲେ। ଛୋଟିଆ ରନ ଅପ୍‌ ନେବା ସହ ସେ ନିଜ ବୋଲିଂ ଷ୍ଟାଇଲ ସମ୍ପୂର୍ଣ୍ଣ ନ କରି ବଲ ପକାଇଥିଲେ। ତେବେ ଏହି ବଲରେ କୌଣସି ଉଇକେଟ ନେଇପାରି ନ ଥିଲେ। ବ୍ୟାଟିଂ ପ୍ରଥମେ କରିଥିବା ଅଶ୍ୱିନ ୩ୟ କ୍ରମରେ ବ୍ୟାଟିଂ କରିଥିଲେ। ସେ ୧୯ ବଲରେ ୩୭ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ। ଏହା ହିଁ ଦୁଇ ଦଳ ମଧ୍ୟରେ ବ୍ୟବଧାନ ଥିଲା। ୧୧୬ ରନ୍‌ର ବିଜୟଲକ୍ଷ୍ୟ ପିଛା କରୁଥିବା ଚେପକ ସୁପର ଗିଲସ ୧୦ ରନ୍‌ରେ ମ୍ୟାଚ୍‌ ହାରିଯାଇଥିଲା। ଉଲ୍ଲେଖଥାଉ କି, କିଛି ମାସ ପୂର୍ବେ ଅଶ୍ୱିନ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ଦଳର ଜୋସ ବଟଲରଙ୍କୁ ମଙ୍କଡ ଆଉଟ୍‌ କରିଥିଲେ। ଏହା ପ୍ରଶଂସକଙ୍କଠାରୁ ଆରମ୍ଭ କରି ପୂର୍ବତନ କ୍ରିକେଟର, ଆଇସିସିକୁ ମଧ୍ୟ ଚକିତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri