ପୁଣି ବିଶ୍ୱରେକର୍ଡ ସୃଷ୍ଟି କରିବ ବ୍ରହ୍ମପୁର ଆଇଟିଆଇ : ୨୨ଫୁଟର ବନିଶୀକଣ୍ଟାଯୁକ୍ତ ମାଛ କଳାକୃତି

ବ୍ରହ୍ମପୁର ଅଫିସ,୩ା୧- ବ୍ରହ୍ମପୁର ଆଇଟିଆଇ ପୁଣି ବିଶ୍ୱସ୍ତରରେ ରେକର୍ଡ କରିବାକୁ ଯାଉଛି। ପୂର୍ବରୁ ସ୍କ୍ରାପ୍‌ ତଥା ଆବର୍ଜନାରେ ଏସିଆର ସର୍ବ ବୃହତ୍‌ ଗିଟାର ଏସିଆ ବୁକ ଅଫ ରେକର୍ଡ ଓ ଜିରାଫ ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଥିଲା। ଏବେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସ୍କ୍ରାପ୍‌ରେ ନିର୍ମିତ ୨୨ଫୁଟ ଉଚ୍ଚତାର ବନିଶୀ କଣ୍ଟାଯୁକ୍ତ ମାଛ କଳାକୃତି ଗିନିଜ ବୁକ ଅଫ ରେକର୍ଡରେ ସ୍ଥାନୀତ ହେବାକୁ ଯାଉଥିବା ଅନୁଷ୍ଠାନ ଅଧ୍ୟକ୍ଷ ଡ. ରଜତ ପାଣିଗ୍ରାହୀ ସୂଚାଇଛନ୍ତି। ଆଇଟିଆଇର ପୁରୁଣା ହଷ୍ଟେଲ କୋଠାରୁ ବାହାରିଥିବା ଲୁହା ରଡ, ସିଟ୍‌ରେ ନିର୍ମିତ ଏହି ମାଛ ବନିଶୀ କଣ୍ଟାକୁ ଫିଟର, ଓ୍ବଲ୍‌ଡର, ପେଣ୍ଟର ଟ୍ରେଡର ଛାତ୍ରୀଛାତ୍ରମାନେ ଦୀର୍ଘ ୪୦ ଦିନ ମଧ୍ୟରେ ପ୍ରସ୍ତୁତ କରିଛନ୍ତି। ଏହାର ଓଜନ ୪୦୦ କେଜିରୁ ଊର୍ଦ୍ଧ୍ୱ ରହିଛି। ଏହାକୁ ବର୍ତ୍ତମାନ ଗିନିଜ୍‌ ବୁକ ଅଫ ରେକର୍ଡସ୍‌ ପାଇଁ ଆବେଦନ କରାଯାଇଛି। ଏବେ ସୁଦ୍ଧା ଗିନିଜ୍‌ ବୁକ ଅଫ ରେକର୍ଡସ୍‌ରେ ୟୁଏସଏର ଆବର୍ଜନାରେ ପ୍ରସ୍ତୁତ ୧୦.୧୦ ଫୁଟ ଉଚ୍ଚ ଓ ୧୫.୬ ଫୁଟ ଉଚ୍ଚତାର ଦୁଇଟି ବନିଶୀକଣ୍ଟାଯୁକ୍ତ ମାଛ ରହିଛି। ତେଣୁ ଏହି କଳାକୃତି ଆଗାମୀ ଦିନରେ ଗିନିଜ୍‌ ବୁକ ଅଫ ରେକର୍ଡସ୍‌ରେ ସ୍ଥାନିତ ହେବା ନେଇ ଆଶା ରହିଥିବା ଅଧ୍ୟକ୍ଷ ଡ. ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri