ପୁଣି ଭକ୍ତଙ୍କୁ ମିଳିବ ଟଙ୍କତୋରାଣି

ପୁରୀ ଅଫିସ, ୩୦।୭: ପୁଣି ଭକ୍ତଙ୍କୁ ମିଳିବ ଟଙ୍କତୋରାଣି। ପ୍ରାୟ ୨ବର୍ଷ ଧରି ଆନନ୍ଦବଜାରରୁ ଉଭାନ ହୋଇଯାଇଥିବା ଟଙ୍କତୋରାଣି ଉପଯୁକ୍ତ ମାନ ସହ ଫେରିବ। ସୋମବାର ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏହାକୁ ସବୁଜ ସଙ୍କେତ ମିଳିଛି। ଏଥିପାଇଁ ଖୁବ୍‌ଶୀଘ୍ର ସୁଆର ମହାସୁଆର ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନ ସ୍ବତନ୍ତ୍ର ଭାବେ ବୈଠକ କରିବ। ଏଥିରେ ଟଙ୍କତୋରାଣିର ମାନ ଓ ସ୍ଥାନ ସମ୍ପର୍କରେ ଆଲୋଚନା କରାଯାଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।
ପୂର୍ବ ବୈଠକରେ ସଦସ୍ୟ ଅନନ୍ତ ତିଆଡ଼ି ଟଙ୍କତୋରାଣି ପୁନଃ ଚାଲୁ ପାଇଁ ପ୍ରସ୍ତାବ ଆଗତ କରିଥିଲେ। ସୋମବାର ବୈଠକରେ ତିଆଡ଼ି ଏହି ପ୍ରସଙ୍ଗ ଉଠାଇବା ପରେ ଆଲୋଚନା କରାଯାଇ ଦୃଢୀକରଣ କରାଯାଇଛି। ତେବେ ଏହାକୁ ଚାଲୁ କରିବାକୁ ହେଲେ କେତେକ ନିର୍ଦ୍ଦିଷ୍ଟ ସର୍ତ୍ତ ରଖାଯାଇଛି। କୌଣସି ପରିସ୍ଥିତିରେ ଏହାର ମାନରେ ସାଲିସ୍‌ କରାଯିବ ନାହିଁ। କେବେ ବି ବାସି ଟଙ୍କତୋରାଣି ଶ୍ରଦ୍ଧାଳୁଙ୍କୁ ଦିଆଯିବ ନାହିଁ । ଆନନ୍ଦବଜାରର କେଉଁ ସ୍ଥାନରେ ଏହା ବିକ୍ରି କରାଯିବ ତାହା ସୁଆର ମହାସୁଆର ନିଯୋଗ ସହ ଆଲୋଚନା କରାଯାଇ ଚୂଡ଼ାନ୍ତ ହେବ। ଦୀର୍ଘବର୍ଷ ହେବ ଆନନ୍ଦବଜାରରେ ଟଙ୍କତୋରାଣି ବିକ୍ରି କରାଯାଉଥିଲା। ମାତ୍ର ବେଳେବେଳେ ବାସି ଟଙ୍କତୋରାଣି ବିକ୍ରି ହେବା ଏବଂ ଏହାର ମାନ ଠିକ୍‌ ନ ରହିବା ନେଇ ଅଭିଯୋଗ ହେବା ପରେ ୨୦୧୭ ସେପ୍ଟେମ୍ବର ୮ରେ ଶ୍ରୀମନ୍ଦିର ପ୍ରଶାସନ ଏହାର ବିକ୍ରିକୁ ବନ୍ଦ କରିଦେଇଥିଲା। ଏଥିପାଇଁ ସ୍ବତନ୍ତ୍ର ଭାବେ ବିଜ୍ଞପ୍ତି ଜାରି ପରେ ଏହାକୁ ଟଙ୍କତୋରାଣି ବ୍ୟବସାୟୀ ବିରୋଧ କରିଥିଲେ। ଏହା ଭକ୍ତଙ୍କ ଭାବାବେଗ ସହ ଜଡ଼ିତ ଥିବାବେଳେ କେଉଁ ଆଧାରରେ ଶ୍ରୀମନ୍ଦିର ପ୍ରଶାସନ ବନ୍ଦ ନିଷ୍ପତ୍ତି ନେଇଛି ବୋଲି ସେମାନେ ପ୍ରଶ୍ନ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri