ପୁଣି ସଭାପତି ହଟାଇବାକୁ କଂଗ୍ରେସ ନେତାଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୪।୨(ବ୍ୟୁରୋ): କିଛିଦିନର ବିରତି ପରେ ପୁଣି କଂଗ୍ରେସର ପୁରୁଣା ରୋଗ ଦେଖିବା ପାଇଁ ମିଳିଛି। ଦଳର କେତେଜଣ ବରିଷ୍ଠ ନେତା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଗାଦିରୁ ହଟାଇବା ପାଇଁ ଦାବି କରିବାକୁ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ମଙ୍ଗଳବାର ସକାଳେ ଦିଲ୍ଲୀ ଗସ୍ତ କରିଥିବା ନେତାମାନେ, ଗତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ, ଦଳୀୟ କାର୍ଯ୍ୟକ୍ରମ ଠିକ୍‌ ଢଙ୍ଗରେ କରା ନ ଯିବା, ଯୁବ ଓ ଛାତ୍ର ସଙ୍ଗଠନରୁ ବହୁ ପିଲା ହାତ ଛାଡି ଚାଲିଯାଉଥିବା କଥାକୁ ଦିଲ୍ଲୀ ନେତାଙ୍କ ଆଗରେ ଥୋଇବେ। ଏହାସହ ଅନ୍ୟାନ୍ୟ ପ୍ରସଙ୍ଗର ଦସ୍ତବିଜ୍‌ ମଧ୍ୟ ଦଳର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ, ବରିଷ୍ଠ ନେତା ଅହମ୍ମଦ ପଟେଲ ପ୍ରମୁଖଙ୍କ ଆଗରେ ରଖିବେ ବୋଲି ଜଣାପଡିଛି। ଯଦି କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ଦେହ ସୁସ୍ଥଥିବ ତେବେ ତାଙ୍କୁ ଭେଟିବା ସହିତ ଦଳର ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ଥିବା ଜଣାପଡିଛି। ଦିଲ୍ଲୀ ନେତା ଯଦି ଓଡ଼ିଶା ସମ୍ପର୍କିତ ସମସ୍ୟାକୁ ଅଣଦେଖା କରନ୍ତି ତେବେ ସେମାନେ ଅନଶନରେ ବସିବେ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ଦଳର ବହୁ ନେତା ପର୍ଯ୍ୟାୟକ୍ରମେ ଦିଲ୍ଲୀ ଯାଇ ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରି ପିସିସି ପରିବର୍ତ୍ତନ ଦାବି ରଖିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ଜିତେନ୍ଦ୍ର ସିଂ ଓଡ଼ିଶା ଆସି ବର୍ତ୍ତମାନ ପିସିସି ପରିବର୍ତ୍ତନର ପ୍ରଶ୍ନ ଉଠୁନାହିଁ ବୋଲି ସଫା ସଫା ଜଣାଇ ଦେଇଥିଲେ। ଏହାର କିଛିଦିନ ପର୍ଯ୍ୟନ୍ତ ରାଜ୍ୟ ନେତାଙ୍କ ଦିଲ୍ଲୀ ଗସ୍ତ ବନ୍ଦ ରହିଥିବାବେଳେ ପୁଣିଥରେ ଏହା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri