Posted inଖେଳ

ପୁଣି ସୁପର ଓଭରରେ ଶେଷ ହେଲା ମ୍ୟାଚ୍‌

କାନ୍‌ବେରା,୧ା୨- ନିକଟରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଟି୨୦ ସିରିଜ୍‌ର ଦୁଇ ମ୍ୟାଚ୍‌ର ଫଳାଫଳ ସୁପର ଓଭରରେ ନିର୍ଣ୍ଣୟ ହୋଇଥିଲା। ଶନିବାର ପୁଣି ଏକ ମ୍ୟାଚ୍‌ର ବିଜେତା ସୁପର ଓଭରରେ ବାହାରିଛି। ତେବେ ଏଥର ମହିଳା କ୍ରିକେଟରେ ଏହି ଘଟଣା ଦେଖିବାକୁ ମିଳିଛି। ଚଳିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌ରେ ଇଂଲଣ୍ଡ ସୁପର ଓଭରରେ ଅଷ୍ଟ୍ରେଲିଆକୁ ହରାଇ ଦେଇଛି।
ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୫୬ ରନ୍‌ କରିଥିଲା। ଦଳ ପାଇଁ ଅଧିନାୟିକା ବେଥ ମୁନି ୬୫, ଆନାବେଲ ସୁଥରଲାଣ୍ଡ ୨୨ ଓ ଏଲିସେ ପେରି ୧୮ରନ୍‌ କରିଥିଲେ। ବୋଲିଂରେ ନାଟାଲିଆ ସ୍କିଭର ଓ ସାରା ଗ୍ଲେନ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ଅଧିନାୟିକା ହେଥର ନାଇଟଙ୍କ ୭୮ ରନ୍‌ର ଅପରାଜିତ ଅର୍ଦ୍ଧଶତକ ଓ ଫ୍ରାନ ଓ୍ବିଲସନ୍‌ଙ୍କ ୩୯ ରନ୍‌ର ଇନିଂସ ଯୋଗୁ ଇଂଲଣ୍ଡ ଶେଷ ପର୍ଯ୍ୟନ୍ତ ଖେଳି ୪ ଉଇକେଟ କ୍ଷତିରେ ସମାନ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଅନ୍ତିମ ଓଭରରେ ଦଳକୁ ଜିତିବା ପାଇଁ ୧୨ ରନ୍‌ ଦରକାର ଥିଲା। ମାତ୍ର ଗୋଟିଏ ଚୌକା ଓ ଦୁଇଟି ଡବଲ ରନ୍‌ ସହାୟତାରେ ୧୧ ରନ୍‌ କରି ନାଇଟ୍‌-ଓ୍ବିଲିସନ ମ୍ୟାଚ୍‌କୁ ଡ୍ର’ କରି ଦେଇଥିଲେ। ଏହା ପରେ ସୁପର ଓଭରରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ମାତ୍ର ୮ ରନ୍‌ କରିପାରିଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ୪ ବଲରେ ୧୦ ରନ୍‌ କରି ମ୍ୟାଚ୍‌ ଜିତି ନେଇଛି। ତ୍ରିରାଷ୍ଟ୍ରୀୟ ସିରିଜ୍‌ରେ ଏହା ଇଂଲଣ୍ଡର ପ୍ରଥମ ବିଜୟ। ଆସନ୍ତା ୨ ତାରିଖରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ…

ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri