‘ପୁଣି ହସିବ ଓଡ଼ିଶା’ରେ ହେମା ମାଳିନୀଙ୍କ ଓଡ଼ିଶୀନୃତ୍ୟ

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି କରିବାକୁ ପ୍ରସ୍ତୁତ ହୋଇଥିବା ‘ପୁଣି ହସିବ ଓଡ଼ିଶା’ ମ୍ୟୁଜିକ୍‌ ଭିଡ଼ିଓ ପୁଣିଥରେ ଭାଇରାଲ ହୋଇଛି। ଏହି ଗୀତର ତାଳେ ତାଳେ ଓଡ଼ିଶୀନୃତ୍ୟ କରିଛନ୍ତି ରାଜ୍ୟର ଖ୍ୟାତନାମା ଓଡ଼ିଶୀ ନୃତ୍ୟଶିଳ୍ପୀ ଏବଂ କଳାକାରମାନେ। ହେଲେ ଭିଡ଼ିଓର ମୁଖ୍ୟ ଆକର୍ଷଣ ସାଜିଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ। ହେମାମାଳିନୀଙ୍କ ସହ ଏଥିରେ ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଶିଳ୍ପୀ ସୁଜାତା ମହାପାତ୍ର, ଗୁରୁ ରତିକାନ୍ତ ମହାପାତ୍ର ଏବଂ ସୃଜନ ଟିମ୍‌, ମୀରା ଦାସ ଏବଂ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତି, ମିହିର ଦାସ, ଅପରାଜିତା ଏବଂ ବୁଦ୍ଧାଦିତ୍ୟ ପ୍ରମୁଖଙ୍କୁ ଦେଖିବାକୁ ମିଳିଛି। ଓଡ଼ିଆ ଅଭିନେତ୍ରୀ ମହେଶ୍ୱତା ରାୟଙ୍କ ଦ୍ୱାରା ପ୍ରସ୍ତୁତ ଏହି ଭିଡ଼ିଓ ଏବେ ଇଣ୍ଟରନେଟ୍‌ରେ ଭାଇରାଲ ହୋଇଛି। ଓଡ଼ିଶୀ ନୃତ୍ୟ ମାଧ୍ୟମରେ ଏହି କରୋନା ସମୟରେ ଲୋକଙ୍କ ମନୋବଳ ବୃଦ୍ଧି କରିବା ଭିଡ଼ିଓର ମୂଳ ଲକ୍ଷ୍ୟ ବୋଲି ମହେଶ୍ୱତା କହିଛନ୍ତି। ଉକ୍ତ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ୍‌ ଆନନ୍ଦଙ୍କ ଦ୍ୱାରା ସଂଯୋଜିତ ଏହି ଭିଡ଼ିଓରେ କଣ୍ଠଶିଳ୍ପୀ ସବିଶେଷ, ଦୀପ୍ତିରେଖା ଏବଂ ବିଶ୍ୱଜିତ କଣ୍ଠଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?