ଟିକିରି,୧୨ା୮(ଡି.ଏନ୍.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକର ଅନେକ ଗାଁକୁ ପକ୍କାରାସ୍ତା ନ ଥିବାରୁ ବାରମ୍ବାର ଗର୍ଭବତୀ ବୁହା ହେଉଥିବା ଚିତ୍ର ସାମ୍ନାକୁ ଆସୁଛି। ଗୋଡ଼ିବାଲି ପଞ୍ଚାୟତର ଦୁରୂପାଇ ଗ୍ରାମରେ ଗୁରୁବାର ଏଭଳି ଘଟଣାର ପୁନରାବୃତ୍ତି ଘଟିଛି। ଗାଁର ରାମଚନ୍ଦ୍ର ମାଝିଙ୍କ ସ୍ତ୍ରୀ ସୁଧା ବୁଧବାର ରାତିରେ ଗର୍ଭ ଯନ୍ତ୍ରଣା ଅନୁଭବ କରିଥିଲେ। ଆଶାକର୍ମୀ ହାରାବତୀ ବିଶୋଇ ଏବଂ ଏଏନ୍ଏମ୍ ଜେମାମଣି ସେଠୀଙ୍କୁ ଜଣାଇବା ପରେ ଆମ୍ବୁଲାନ୍ସ ସହ ଯୋଗାଯୋଗ କରାଯାଇଥିଲା। ହେଲେ ଦୁରୂପାଇ ଗାଁକୁ ଭଲ ରାସ୍ତା ନ ଥିବାରୁ ଗର୍ଲିମା ଛକଠାରେ ଆମ୍ବୁଲାନ୍ସ ଅଟକିଯାଇଥିଲା। ବାଧ୍ୟହୋଇ ଆମ୍ବୁଲାନ୍ସ ଚାଳକ ପରୀକ୍ଷିତ ନାଏକ, ଆଶାକର୍ମୀ, ମାତୃଗୃହରେ କାର୍ଯ୍ୟରତ ପଦ୍ମିନୀ ଶବର ଓ ଏଏନ୍ଏମ୍ ଗାଁକୁ ଯାଇ ସୁଧାଙ୍କୁ ତାଙ୍କ ପରିବାର ଲୋକଙ୍କ ସହଯୋଗରେ ୩ କି.ମି. ବାଟ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିଥିଲେ। ସେଠାରୁ ତାଙ୍କୁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଏବେ ଗର୍ଭବତୀଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଆମ୍ବୁଲାନ୍ସ ଚାଳକ ପରକ୍ଷିତ ଅନେକ ସମୟରେ ଦୁର୍ଗମ ଅଞ୍ଚଳରୁ ଗର୍ଭବତୀ ଏବଂ ରୋଗୀଙ୍କୁ ଡାକ୍ତରଖାନା ନେବାରେ ସାହାଯ୍ୟ କରି ରାଜ୍ୟ ସରକାରଙ୍କ ଠାରୁ ବେଷ୍ଟ ପାଇଲଟ ସମ୍ମାନରେ ସମ୍ମାନିତ ହୋଇଛନ୍ତି।
Posted inHome, Home Left, ଆମ ଜିଲା ଖବର, ରାୟଗଡା View All
ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ ଚୌହ୍ବାନ, କାଲି ବାଣ୍ଟିବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା
ଭୁବନେଶ୍ୱର, ୧୩।୧୧(ସୁନିତ୍ ମିଶ୍ର): କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବଲାଙ୍ଗୀର ଜିଲାରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଚୌହ୍ବାନଙ୍କ ଉପସ୍ଥିତିରେ…
‘ଅକ୍ୱାନ’ ଭୟ: ଓଡ଼ିଶାରେ ୧୮ରୁ ବର୍ଷା, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୧୩ା୧୧ (ବନ୍ଦନା ସେଠୀ)- ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଶନିବାର ସୁଦ୍ଧା ଆହୁରି ସ୍ପଷ୍ଟ ଚିହ୍ନିତ…
ରୋହିତ-ବିରାଟଙ୍କ ପାଖରେ ଶେଷ ସୁଯୋଗ! ବଡ଼ ପ୍ରଦର୍ଶନ ପାଇଁ ଚାପରେ…
ନୂଆଦିଲ୍ଲୀ, ୧୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍ ଦଳ ପାଇଁ ନଭେମ୍ବର ୧୩ ତାରିଖ ଅତ୍ୟନ୍ତ ନୈରାଶ୍ୟଜନକ ସାବ୍ୟସ୍ତ ହୋଇଛି। ଦିନିକିଆ ସିରିଜରେ ୨-୦ରେ ଆଗୁଆ…
ଦିଗପହଣ୍ଡି ବ୍ଲକ ପାଇଁ ଗୌରବ ଆଣିଲେ ଶ୍ରୁତିଲେଖା ଓ ବିଜୟଲକ୍ଷ୍ମୀ: ଜିଲାସ୍ତରୀୟ ପ୍ରତିଯୋଗିତାରେ ହାସଲ କଲେ ଶ୍ରେଷ୍ଠତ୍ୱ
ଦିଗପହଣ୍ଡି,୧୩|୧୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ବ୍ରହ୍ମପୁର ଶ୍ରମ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ‘ଶିଶୁ ଶ୍ରମ ମୁକ୍ତ ଗ୍ରାମପଞ୍ଚାୟତ’ ଅଭିଯାନ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବ୍ଲକର…
ଲାଞ୍ଜିଗଡ଼ରେ ମଧୁବାବୁ ପେନ୍ସନ୍ ଯୋଜନା: ୪ଟି ପଞ୍ଚାୟତର ୧୬୯ ନୂତନ ହିତାଧିକାରୀଙ୍କୁ ମିଳିଲା ଦୁଇ ମାସର ଭତ୍ତା
ଲାଞ୍ଜିଗଡ଼,୧୩/୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସଭାଗୃହ ପରିସରରେ ଶୁକ୍ରବାର ଦିନ ଏକୀକୃତ ପେନ୍ସନ୍ ପରିଚାଳନା (UPMP) ପୋର୍ଟାଲ ଜରିଆରେ ବ୍ଲକସ୍ତରୀୟ ମଧୁବାବୁ ପେନ୍ସନ୍…
ପ୍ରକାଶ ପାଇଲା ଦଶମ ଶ୍ରେଣୀ ପରୀକ୍ଷା ତାରିଖ: ଏହି ଦିନ ସକାଳ ୯ଟାରୁ ଆରମ୍ଭ ହେବ ପରୀକ୍ଷା, ଜାଣନ୍ତୁ ସମ୍ପୂର୍ଣ୍ଣ…
ଭୁବନେଶ୍ୱର, ୧୩।୧୧: ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷାବର୍ଷର ଦଶମ ଶ୍ରେଣୀ (ମାଟ୍ରିକ୍) ବୋର୍ଡ ପରୀକ୍ଷା ପାଇଁ ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।…
ମହାକାଳପଡ଼ାରେ କଂଗ୍ରେସର ‘ଭୋଟ ବଞ୍ଚାଅ: ଦେଶ ବଞ୍ଚାଅ’ ଅଭିଯାନ: ଯୋଗଦେଲେ ୨୦୦ରୁ ଊର୍ଦ୍ଧ୍ୱ କର୍ମୀ
ମହାକାଳପଡ଼ା,୧୩।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ) ମହାକାଳପଡ଼ା ବ୍ଲକ କଂଗ୍ରେସ ପକ୍ଷରୁ ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଅଭିଯାନ ଆୟୋଜିତ ହୋଇଯାଇଛି। ବ୍ଲକ କଂଗ୍ରେସ ସଭାପତି ଚିତ୍ତରଞ୍ଜନ ତରାଇଙ୍କ…
ହୋଟେଲ ରୁମରେ ଲୁଚି ରହିଛି କି କ୍ୟାମେରା? ଜାଣନ୍ତୁ କିପରି ସ୍ମାର୍ଟଫୋନ୍ ମାଧ୍ୟମରେ ସହଜରେ କରିବେ ଯାଞ୍ଚ
କୌଣସି ହୋଟେଲରେ ରହିବା ସମୟରେ ଆମେ ସାଧାରଣତଃ କୋଠରୀର ପରିଷ୍କାର ପରିଚ୍ଛନ୍ନତା, ବେଡ୍ ଏବଂ ଅନ୍ୟାନ୍ୟ ସୁବିଧା ଉପରେ ଅଧିକ ଧ୍ୟାନ ଦେଇଥାଉ। କିନ୍ତୁ କେବେ ଆପଣ…

