ପୁଣି ୫-ଟିକୁ ଅପରାଜିତାଙ୍କ ସମାଲୋଚନା

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୁଣି ଥରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ୫-ଟି କାର୍ଯ୍ୟକ୍ରମକୁ ସମାଲୋଚନା କରିଛନ୍ତି ଭାଜପା ନେତ୍ରୀ ତଥା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ସମ୍ବଲପୁର ଗସ୍ତ ଅବସରରେ ସମାଲୋଚନା କରି ସେ କହିଛନ୍ତି, ଏହା କୌଣସି ଅଭିନବ ପଦକ୍ଷେପ ନୁହେଁ। ଗୋଟିଏ କିମ୍ବା ଦୁଇଟିରେ ନୁହେଁ ବରଂ ସବୁ ବିଭାଗରେ ୫-ଟି ଆସୁ। ଏକ ପାଓ୍ବାର କରିଡର ସୃଷ୍ଟି କରି ମନ୍ତ୍ରୀ, ସଚିବଙ୍କୁ ଦୁର୍ବଳ କରା ନ ଯାଉ ବୋଲି ସେ କହିଛନ୍ତି। ଅପରପକ୍ଷେ କର୍ମଚାରୀ ଓ ଡାକ୍ତରଙ୍କ ଉପରେ ନିଆଯାଉଥିବା କାର୍ଯ୍ୟାନୁଷ୍ଠାନ ଉଚିତ କି ପ୍ରଶ୍ନରେ ସେ କହିଥିଲେ, ସବୁ ଜିନିଷର ଏକ ତରିକା ରହିଛି। ସେମାନଙ୍କୁ ସମୟ ଦିଆଯାଉ। ସେହିଭଳି କନିଷ୍ଠ ସଚିବଙ୍କ ଗସ୍ତରେ ବରିଷ୍ଠ ସଚିବ ଉପସ୍ଥିତ ରହୁଥିବା ପ୍ରଶ୍ନରେ ସେ କହିଛନ୍ତି, ମୁଁ ଓଡ଼ିଶାରେ ୨୦ ବର୍ଷ ଓ ଦିଲ୍ଲୀରେ ୫ ବର୍ଷ ଚାକିରି କରିଛି। ହେଲେ କୌଣସି ସ୍ଥାନରେ ଏଭଳି କିଛି ଦେଖିନାହିଁ। ଏହା ଶାସନ ବ୍ୟବସ୍ଥାର ବିସଂଗତି। ବରିଷ୍ଠ ଅଧିକାରୀଙ୍କୁ ଗସ୍ତବେଳେ କନିଷ୍ଟ ଅଧିକାରୀ ସହାୟତା କରିବା କଥା। ବରିଷ୍ଠମାନେ କନିଷ୍ଠଙ୍କ ସହାୟତା ପାଇଁ ଯିବା ଏକ ପ୍ରଶାସନିକ ବିସଂଗତି। ଏଣୁ ପ୍ରଶାସନ ବ୍ୟବସ୍ଥାର ମଡେଲକୁ ପରିବର୍ତ୍ତନ କରିବାକୁ ହେବ ବୋଲି ଅପରାଜିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri