ପୁନରାବୃତ୍ତି ହେବନି କହିଲେ ସିଡିଏମ୍‌ଓ

ଅନୁଗୋଳ ଅଫିସ, ୧୫।୧୨

ଅନେକ ସମୟରେ ସନ୍ଦିଗ୍ଧ ଅବସ୍ଥାରେ ଆହତ କିମ୍ବା ଗୁରୁତର ହୋଇ ବ୍ୟକ୍ତି ମେଡିକାଲକୁ ଆସୁଥିଲେ ହେଁ ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ତୁରନ୍ତ ପୋଲିସକୁ ସୂଚନା ଦିଆଯାଉ ନ ଥିବା ଅଭିଯୋଗ ହେଉଛି। ଏ ନେଇ ପୂର୍ବରୁ ନଜିର ମଧ୍ୟ ରହିଛି। ଗତ ଦୋଳ ପୂର୍ଣ୍ଣିମା ମେଲଣ ସମୟରେ କୁଶାସିଂହା ଅଞ୍ଚଳର ଜଣେ ଯୁବକଙ୍କ ଗୋଡ଼ରେ ଗୁଳି ବାଜିଥିଲା। କିନ୍ତୁ ସମ୍ପୃକ୍ତ ଯୁବକ ଜଣକ ଗୋଡ଼ି ବାଜିଥିବା ଡାକ୍ତରଙ୍କୁ କହିଥିଲେ। ହେଲେ ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଏକାକୁ ସନ୍ଦେହ କଲେନି କି ପୋଲିସକୁ ସୂଚନା ମଧ୍ୟ ଦେଲେନି। ବରଂ ପ୍ରାଥମିକ ଚିକିତ୍ସା ପରେ କଟକ ପଠାଇଦେଲେ। ସେଠାକାର ଡାକ୍ତର ସନ୍ଦେହ କରି ଚିକିତ୍ସା ନ କରିବାରୁ ଅନୁଗୋଳ ଥାନାରେ ମାମଲା ରୁଜୁ ପରେ ଯୁବକଙ୍କ ଅପରେଶନ ହୋଇଥିଲା। ଯୁବକ ଜଣଙ୍କ ପାଖରେ ରଖିଥିବା ବନ୍ଧୁକରୁ ଗୁଳି ଫୁଟି ଗୋଡ଼ରେ ବାଜିଥିବା ପୋଲିସ ତଦନ୍ତରୁ ଜାଣିବା ପରେ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ସେଥିରୁ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷ କିଛି ଶିକ୍ଷା କରି ନ ଥିବା ଡିନାମାଇଟ୍‌ ଫୁଟି ଆହତ ଘଟଣାରୁ ଜଣାପଡ଼ୁଛି ବୋଲି ସହରବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଅମରେନ୍ଦ୍ରନାଥ ମହାନ୍ତି କହିଛନ୍ତି, ଏଥର ଏପରି ଘଟଣା ଭିଆଇ ମେଡିକାଲକୁ ଆସୁଥିବା ବ୍ୟକ୍ତିଙ୍କ ସମ୍ପର୍କରେ ପୋଲିସକୁ ଅବଗତ କରାଯିବ। ଆଉ ପୂର୍ବ ଭୁଲର ପୁନରାବୃତ୍ତି ହେବ ନାହିଁ। ଗୁରୁତର ସନ୍ଦିଗ୍ଧଙ୍କ ଚିକିତ୍ସା ପୂର୍ବରୁ ପୋଲିସକୁ ଜଣାଇ ଦିଆଯିବ ବୋଲି ସିଡିଏମ୍‌ଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri