ପୁନରୁଦ୍ଧାରରେ ବିଏମ୍‌ସି ଖର୍ଚ୍ଚ କରିବ ୨୩୦ କୋଟି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ‘ଫନୀ’ର ତାଣ୍ଡବରେ ସ୍ମାର୍ଟ ସିଟି ଭୁବନେଶ୍ୱର ଏକପ୍ରକାର ଶ୍ରୀହୀନ ହୋଇପଡ଼ିଛି। ରାଜଧାନୀର ସବୁଜିମାଠାରୁ ଆରମ୍ଭ କରି ସୌନ୍ଦର୍ଯ୍ୟକରଣ, ସବୁକିଛି ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଦ୍ୱାରା ସହରର ସମସ୍ତ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଏଥିନିମନ୍ତେ ପାଖାପାଖି ୨୩୦କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ମିଳିଛି। ସିଟି ଇଞ୍ଜିନିୟର ଦେବ ସୁନ୍ଦର ମହାପାତ୍ର ପୁନରୁଦ୍ଧାର କାର୍ଯ୍ୟର ମୋଟ ଖର୍ଚ୍ଚର ହିସାବ ଦେବା ସହ କେଉଁ କ୍ଷେତ୍ରରେ କେତେ ବ୍ୟୟ ହେବ, ତାହା ଉଲ୍ଲେଖ କରିଛନ୍ତି। ତଥ୍ୟ ଅନୁଯାୟୀ, ଭୁବନେଶ୍ୱରର ମୁଖ୍ୟ ୧୦ ଡ୍ରେନ୍‌ରେ ମୋଟ ୩୨.୪୨କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ସହରର ୫୦୦ କି.ମି. ରାସ୍ତାର ପୁନରୁଦ୍ଧାରରେ ୧୫୫.୬୦କୋଟି ଟଙ୍କା ବ୍ୟୟ କରାଯିବ। ସେହିପରି ଭାଙ୍ଗିପଡ଼ିଥିବା ଷ୍ଟ୍ରିଟ ଲାଇଟ୍‌ କ୍ଷେତ୍ରରେ ୫.୩୯କୋଟି ଟଙ୍କା ଖର୍ଚ୍ଚ ହେବ। ୬୭ ଓ୍ବାର୍ଡରେ ଏବେ ୧୪ ଘରୋଇ ଠିକା ସଂସ୍ଥା କାର୍ଯ୍ୟରତ ଅଛନ୍ତି। ଅନୁରୂପ ଭାବେ ବିଏମ୍‌ସି ଦ୍ୱାରା ପରିଚାଳିତ ବିଲ୍ଡିଂ, ପାର୍କ ଓ ସବୁଜିମା କ୍ଷେତ୍ରରେ ମୋଟ ୨୫.୭୦ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏହିପରି ଭାବେ ମୋଟ ୨୧୯.୧୧କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ମେ ୧୦ ସୁଦ୍ଧା ସହରରେ ଉଠାଯାଇଥିବା ସବୁଜ ଆବର୍ଜନା(ଭାଙ୍ଗିପଡ଼ିଥିବା ଗଛ) ବାବଦରେ ଶ୍ରମିକଙ୍କୁ ମୋଟ ୧୦କୋଟି ଟଙ୍କା ଦିଆଯିବ ବୋଲି ସିଟି ଇଞ୍ଜିନିୟର ମହାପାତ୍ର କହିଛନ୍ତି। ଯେହେତୁ ସଫେଇ କାର୍ଯ୍ୟ ଜାରି ରହିଛି, ତେଣୁ ଏହି ଅର୍ଥ ରାଶି ବୃଦ୍ଧି ପାଇବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri