ପୁନରୁଦ୍ଧାର ହେଉନି, କୂଅରେ ଆବର୍ଜନା ଭର୍ତ୍ତି

ଜଟଣୀ,୧୧ା୧(ଡି.ଏନ.ଏ): ଜଟଣୀ ମ୍ୟୁନିସିପାଲିଟି ଅନ୍ତର୍ଗତ ୪ନଂ. ଓ୍ବାର୍ଡ ବିବେକାନନ୍ଦ ସାହିରେ ଥିବା କୂଅ ଏବେ ଆବର୍ଜନାରେ ଭର୍ତ୍ତି ରହିଛି। କୂଅକୁ ପୁନରୁଦ୍ଧାର କରାଯାଉନାହିଁ। ଫଳରେ ପ୍ରାୟ ୪୦ବର୍ଷ ପୁରୁଣା ଏହି କୂଅ ଅଞ୍ଚଳବାସୀଙ୍କ ବ୍ୟବହାରରେ ଲାଗି ପାରୁନାହିଁ। ଏହି କୂଅ ଉପରେ ବିବେକାନନ୍ଦ ସାହି ସମେତ ମାଛ ମାର୍କେଟ୍‌, ପରିବା ମାର୍କେଟ୍‌ ଏବଂ ବଡ଼ବଜାର ଅଞ୍ଚଳର ଶତାଧିକ ଲୋକ ନିର୍ଭର କରିଥାନ୍ତି। ହେଲେ ପ୍ରଶାସନ ପକ୍ଷରୁ ଦୀର୍ଘବର୍ଷ କୂଅକୁ ସଫା କରାଯାଉ ନ ଥିବା ଯୋଗୁ ପାଣି ଦୂଷିତ ହୋଇଗଲାଣି। ଅଳିଆ ଆବର୍ଜନାରେ କୂଅ ଭରି ରହିଛି। କୂଅ ଉପରେ ଜାଲି କିମ୍ବା ଗ୍ରୀଲ ବ୍ୟବସ୍ଥା ନ ଥିବାରୁ ପ୍ରତିବର୍ଷ ଜଣେ କିମ୍ବା ଦୁଇଜଣ ଏହା ଭିତରେ ପଡ଼ି ମୃତ୍ୟୁବରଣ କରୁଛନ୍ତି। ମୁକୁଳା ଥିବାରୁ କୁକୁର, ବିଲେଇ ଓ ଅନ୍ୟ ପଶୁପକ୍ଷୀ ପଡ଼ି ମରୁଥିବା ମଧ୍ୟ ନଜିର ରହିଛି। ସର୍ବସାଧାରଣଙ୍କ ବ୍ୟବହାର ପାଇଁ ରହିଥିବା ଏହି କୂଅ ପ୍ରତି ମ୍ୟୁନିସିପାଲ୍‌ଟି କର୍ତ୍ତୃପକ୍ଷଙ୍କ ଦୃଷ୍ଟି ପଡ଼ୁ ନ ଥିବାରୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପରିବା ଓ ମାଛମାର୍କେଟ କମିଟିର ପୂର୍ବତନ ସଭାପତି ବଳଦେବ ସାହୁ କୁହନ୍ତି, ଏ ନେଇ ବାରମ୍ବାର ପୌରପାଳିକାକୁ ଅବଗତ କରାଯାଇଛି। ହେଲେ କୌଣସି ସୁଫଳ ମିଳୁନି। କୂଅରେ ଅଳିଆ ଆବର୍ଜନା ଭର୍ତ୍ତି ହୋଇରହିବା ସହ ଏହି ଚାରିଦିନ ହେବ ଗୋଟିଏ କୁକୁର ପଡ଼ି ପାଣିରେ ଭାସୁଛି। ମାର୍କେଟ ପକ୍ଷରୁ ପଡ଼ିଯାଉଥିବା ଜୀବଜନ୍ତୁଙ୍କୁ ବାହାର କରିବା ବ୍ୟବସ୍ଥା କରାଯାଉଛି। ପଡ଼ିଯାଉଥିବା ମଣିଷଙ୍କୁ ଦମକଳ କେନ୍ଦ୍ରର କର୍ମଚାରୀମାନେ ବାହାର କରୁଛନ୍ତି ବୋଲି ସେ କହିଥିଲେ। ଜଟଣୀ ବଜରଙ୍ଗୀ ସେବା ସଂଘର ସଭାପତି ପ୍ରଶାନ୍ତ ସାହୁ କୁହନ୍ତି, ଏହି କୂଅ ସମେତ ମ୍ୟୁନିସିପାଲିଟି ଅଧୀନରେ ଥିବା ଅନ୍ୟ କେତେକ କୂଅ ଅବସ୍ଥା ଏହିପରି ରହିଛି। ଏନେଇ ଶନିବାର ନିର୍ବାହୀ ଅଧିକାରୀଙ୍କୁ ସଂଘ ପକ୍ଷରୁ ଲିଖିତ ଭାବେ ଅବଗତ କରାଯିବ। ୧୫ ଦିନ ମଧ୍ୟରେ କୌଣସି ପ୍ରତିକାର ନ ହେଲେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri