Posted inଖେଳ

ପୁନେକୁ ଶୀର୍ଷକୁ ନେଲେ ସାଧବୀ

ଭୁବନେଶ୍ୱର, ୨୬।୨ (ସ୍ପୋର୍ଟ୍ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ୫ମ ଦିବସ ଖେଳ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ସାବିତ୍ରୀବାଇ ଫୁଲେ ପୁନେ ବିଶ୍ୱବିଦ୍ୟାଳୟ ୭ ସ୍ବର୍ଣ୍ଣ, ୨ ରୌପ୍ୟ ଓ ୫ ବ୍ରୋଞ୍ଜ ସହ ମୋଟ୍‌ ୧୪ ପଦକ ଜିତି ଟେବୁଲ ତାଲିକାର ଶୀର୍ଷ ସ୍ଥାନ ଅଧିକାର କରିଛି। ସନ୍ତରଣକାରୀ ସାଧବୀ ଧୁରୀ ୨ଟି ସ୍ବର୍ଣ୍ଣ ପଦକ ଜିତି ପୁନେ ବିଶ୍ୱ ବିଦ୍ୟାଳୟକୁ ପଦକ ଟେବୁଲ ଶୀର୍ଷକୁ ନେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ୧୯ ବର୍ଷୀୟା ସାଧବୀ ମହିଳା ୨୦୦ ମିଟର ଫ୍ରିଷ୍ଟାଇଲ୍‌ ଓ ୧୦୦ ମିଟର ବଟରଫ୍ଲାଏରେ ଏହି ସଫଳତା ପାଇଛନ୍ତି। ୨୦୦ ମିଟର ଫ୍ରିଷ୍ଟାଇଲକୁ ସାଧବୀ ୨ ମିନିଟ୍‌ ୧୪.୯୯ ସେକେଣ୍ଟ ସମୟ ନେଇ ପୋଡିୟମ ଶୀର୍ଷ ସ୍ଥାନ ହାସଲ କରିଥିଲେ। ସେହିଭଳି ୧୦୦ ମିଟର ବଟରଫ୍ଲାଏକୁ ସାଧବୀ ୧:୦୭.୩୬ ସେକେଣ୍ଡରେ ଫିନିଶ କରି ସ୍ବର୍ଣ୍ଣ ପଦକ ଜିତିଥିଲେ।
ପଞ୍ଜାବ ବିଶ୍ୱବିଦ୍ୟାଳୟ (ଚଣ୍ଡିଗଡ଼) ୧୮ ପଦକ (୬ ସ୍ବର୍ଣ୍ଣ, ୭ ରୌପ୍ୟ ଓ ୫ ବ୍ରୋଞ୍ଜ) ସହ ଟେବୁଲର ୨ୟ ସ୍ଥାନରେ ରହିଥିବାବେଳେ ଜୈନ (୧୨ ପଦକ, ୬ ସ୍ବର୍ଣ୍ଣ, ୫ ରୌପ୍ୟ ଓ ୧ ବ୍ରୋଞ୍ଜ) ୩ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?