ପୁବୁ ସାହି ନିକଟ ଶଙ୍ଖ ତଳୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ସାନପୁଅ ଆଣିଲେ ହତ୍ୟା ଅଭିଯୋଗ, ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଆଦର୍ଶ ଥାନା ପୋଲିସ

ଖୋର୍ଦ୍ଧା ଅଫିସ,୧୬।୪: ଖୋର୍ଦ୍ଧା ଆର୍ଦଶ ଥାନା ଜାତୀୟ ରାଜପଥ ପୁବୁ ସାହି ନିକଟ ଶଙ୍ଖ ତଳୁ ପୋଲିସ ଗୁରୁବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଗଗନ ବିହାରୀ ବେହେରା(୬୦)। ତେବେ ତାଙ୍କୁ କେହି ହତ୍ୟା କରି ଶଙ୍ଖ ତଳକୁ ଫିଙ୍ଗି ଦେଇଥିବା ପୋଲିସ ପ୍ରାଥମିକ ଅନସନ୍ଧାନରୁ ଜାଣିବାକୁ ପାଇଛି। ମୃତକଙ୍କ ସାନପୁଅ ଯୋଗେଶ ହତ୍ୟା ଅଭିଯୋଗ କରିଛନ୍ତି। ଏହି ଘଟଣାରେ ପୋଲିସ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଛି।

ମିଳିଥିବା ସୂଚନା ଅନୁଯାୟୀ, କିଛି ଲୋକ ଭୋର ସମୟରେ ଶଙ୍ଖ ତଳେ ସ୍କୁଟି ସହ ଏକ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ସେମାନେ ଏନେଇ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଅତିରିକ୍ତ ଏସ୍‌ପି(ହେଡ କ୍ବାଟର) କେ.ବି. ଜେନା, ଏସ୍‌ଡିପିଓ ସୁଶିଲ ମିଶ୍ର, ଆଦର୍ଶ ଥାନା ଅଧିକାରୀ ଉମାଶଙ୍କର ସିଂ, ଆଡିସିନାଲ ଆଇଆଇସି ଏ.କେ.ନନ୍ଦ ପ୍ରମୁଖ ପହଞ୍ଚିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ମୃତଦେହ ନିକଟରୁ ପୋଲିସ ଉକ୍ତ ସ୍କୁଟିକୁ ମଧ୍ୟ ଜବତ କରିଛି। ତେବେ ପାରିବାରିକ ଅଶାନ୍ତିରୁ ଗଗନ ନୂଆଗାଁ ସ୍ଥିତ ଏକ ମଠରେ ଗତ କିଛି ବର୍ଷ ହେଲା ରହୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri