Posted inରାଜ୍ୟ

ପୁରୀଠାରୁ ୫୧୦ କିଲୋମିଟର ଦୂରରେ ‘ଫନୀ’

ଭୁବନେଶ୍ୱର, ୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଫନୀ’ ପୁରୀଠାରୁ ପ୍ରାୟ ୫୧୦ କିଲୋମିଟର ଦୂରରେ ରହିଛି। ଏହା ଶୁକ୍ରବାର ସନ୍ଧ୍ୟା ୫ଟା ୩୦ରେ ପୁରୀ ନିକଟରେ ଲାଣ୍ଡଫଲ କରିବାର ଆଶଙ୍କା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଚାନ୍ଦବାଲି ଏବଂ ଗୋପାଳପୁର ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗକୁ ଛୁଇଁପାରେ ବୋଲି ଅନୁମାନ କରାଯାଉଛି। ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ପବନର ବେଗ ଘଣ୍ଟା ପ୍ରତି ୧୭୦ରୁ ୧୮୦ କିଲୋମିଟର ହେବ ବୋଲି ଆକଳନ କରାଯାଉଛି। କେତେକ ଅଞ୍ଚଳରେ ପବନ ୨୦୦କିଲୋମିଟର ବେଗରେ ବହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ସମୟରେ ସମୁଦ୍ରରେ ୧.୫ ମିଟର ଉଚ୍ଚ ଜୁଆର ଉଠିବ ବୋଲି କୁହାଯାଉଛି। ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଆଦି ଜିଲାର ତଳିଆ ଅଞ୍ଚଳ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଉପକୂଳ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ବୁଧବାରଠାରୁ ଆରମ୍ଭ ହୋଇଥିବା ବେଳେ ଗୁରୁବାର ସନ୍ଧ୍ୟା ସୁଦ୍ଧା ପ୍ରାୟ ୮ ଲକ୍ଷ ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ଅଣାଯିବ। ‘ଫନୀ’ମୁକାବିଲା ପାଇଁ ୨୮ ଏନଡିଆରଏଫ ଓ ୨୦ ଓଡ୍ରାଫ ଟିମ ପ୍ରସ୍ତୁତ ରହିଛନ୍ତି। ଭାରତୀୟ ନୌସେନା ଓ ତଟରକ୍ଷୀ ବାହିନୀ ମଧ୍ୟ ବାତ୍ୟା ପାଇଁ ସତର୍କ ରହିଛନ୍ତି। ବାତ୍ୟାକୁ ଦୃଷ୍ଟିରେ ରଖି ରେଲଓ୍ବେ ପକ୍ଷରୁ ୧୦୩ ଟ୍ରେନ ବାତିଲ କରାଯାଇଛି। ସେହିପରି ବାତ୍ୟା ମୁକାବିଲା ପାଇଁ ଭୁବନେଶ୍ୱରରେ ଦମକଳ ବାହିନୀର ୬ ଜଣିଆ ସଦସ୍ୟଥିବା ୫୦ ଟିମକୁ ପ୍ରସ୍ତୁତ ରଖାଯାଇଛି। ‘ଫନୀ’ ପୁରୀ ଜିଲ୍ଲାରେ ଅଧିକ କ୍ଷତି ଘଟାଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବାହାରୁ ଆସିଥିବା ପର୍ପ୍ୟଟକମାନେ ବାତ୍ୟା ଆସିବା ପୂର୍ବରୁ ନିଜ ନଜ ଘରକୁ ଫେରି ଯିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri