ପୁରୀରେ ‘ଅମ୍ଫନ୍‌’ ପ୍ରଭାବ: ସମୁଦ୍ର ଅଶାନ୍ତ; କାକଟପୁର ବ୍ଲକରେ ସର୍ବାଧିକ ୧୬୧ ମିମି ବର୍ଷା; ଭାଙ୍ଗିଲା ଗଛ, ପାନବରଜ ନଷ୍ଟ

ପୁରୀ ଅଫିସ,୨୦।୫: ପୁରୀରେ ବାତ୍ୟା ‘ଅମ୍ଫନ୍‌’ ପ୍ରଭାବରେ ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳୁ ଆକାଶ ମେଘାଚ୍ଛନ୍ନ ରହିଥିବା ବେଳେ ଅପରାହ୍ନରୁ ହାଲକା ପବନ ବର୍ଷା ଆରମ୍ଭ ହୋଇଥିଲା। ରାତି ତମାମ ମଧ୍ୟମ ଧରଣର ବର୍ଷା ଲାଗି ରହିଥିବା ବେଳେ ବୁଧବାର ସକାଳେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି। ଖବର ଲେଖାଯିବା ସୁଦ୍ଧା ଝିପିଝିପି ବର୍ଷା ସାଙ୍ଗକୁ ୩୬-୪୦ କିମି ବେଗରେ ପବନ ବହୁଛି। ତେବେ ଜିଲାର କାକଟପୁର ବ୍ଲକରେ ସର୍ବାଧିକ ୧୬୧ ମିମି ବର୍ଷା ହୋଇଥିବା ବେଳେ ଅସ୍ତରଙ୍ଗ ବ୍ଲକରେ ୧୪୨ ମିମି ବର୍ଷା ରେକର୍ଡ କରାଯାଇଛି। ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଅସ୍ତରଙ୍ଗ, କାକଟପୁର, ବ୍ରହ୍ମଗିରି ଓ ପୁରୀ ପୌରାଞ୍ଚଳର ଉପକୂଳବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବାତ୍ୟାର ପ୍ରଭାବରେ ଜିଲାରେ ବିଶେଷ କ୍ଷୟକ୍ଷତି ହୋଇ ନ ଥିଲେ ମଧ୍ୟ ଅସ୍ତରଙ୍ଗ, କାକଟପୁର ଅଞ୍ଚଳରେ ବଡ଼ ବଡ଼ ଗଛ ଭାଙ୍ଗିବା ସହ ପାନବରଜ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ସେହିଭଳି ପୁରୀ ସମୁଦ୍ର ଅଶାନ୍ତ ରହିଥିବା ବେଳେ କୂଳରେ ଜୁଆର ମାଡ଼ ହେଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri