ପୁରୀରେ କାଉ ମଡ଼କ: ବାର୍ଡ ଫ୍ଲୁ ସନ୍ଦେହ

ପୁରୀ ଅଫିସ,୧୫।୨ : ପୁରୀ ସହରରେ କାଉ ମଡ଼କ ଦେଖା ଦେଇଛି। ବାର୍ଡ ଫ୍ଲୁ ଯୋଗୁ କାଉଙ୍କ ମୃତ୍ୟୁ ହେଉଥିବା ସନ୍ଦେହ କରି ସହରବାସୀ ମଧ୍ୟ ଭୟଭୀତ ହୋଇପଡିଛନ୍ତି। ସୋମବାର ସକାଳେ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ (ଡିଇଓ) ସମ୍ମୁଖ ରାସ୍ତାରେ ଦୁଇଟି କାଉ ମରିପଡ଼ିଥିବା ଦେଖିବାକୁ ମିଳିଥିଲା। ଏହା ଜଣାପଡିବା ପରେ କେତେକ ଲୋକ ସେଠାରେ ପହଞ୍ଚିଥିଲେ।  ବାର୍ଡ ଫ୍ଲୁ ଯୋଗୁ କାଉଙ୍କ ମୃତ୍ୟୁ ହୋଇଥାଇପାରେ ବୋଲି କହିଥିଲେ।
ଭୁବନେଶ୍ୱରସ୍ଥିତ ଓୟୁଏଟିରେ କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁ ଚିହ୍ନଟ ପରେ ଏହାକୁ ନେଇ ରାଜ୍ୟବ୍ୟାପୀ ଆଶଙ୍କା ସୃଷ୍ଟି ହୋଇଛି। ଏଭଳି ସ୍ଥିତିରେ ପୁରୀରେ କାଉଙ୍କ ମୃତ୍ୟୁ ହେବା ଘଟଣା ବାର୍ଡ ଫ୍ଲୁ ଆଶଙ୍କାକୁ ଦୃଢୀଭୂତ କରିଛି। ତେବେ ଏ ନେଇ ଜିଲା ପ୍ରାଣୀ ଚିକିତ୍ସାଳୟ ନିକଟରେ କୌଣସି ସୂଚନା ନ ଥିବା ଜଣାପଡିଛି। ତେବେ ଯାହା ବି ହେଉ ଦୁଇଟି କାଉଙ୍କ ମୃତ୍ୟୁ ହୋଇଥିବାରୁ ପ୍ରାଣୀ ଚିକିତ୍ସାଳୟ ଏ ଦିଗରେ ସଚେତନ ହେବା ଦରକାର ବୋଲି ଲୋକେ କହିଛନ୍ତି। ଗତବର୍ଷ ଜାନୁୟାରୀ ୭ରେ ହୋଟେଲ ମେ ଫେୟାର ପଛ ପାର୍ଶ୍ୱ ବେଳାଭୂମିରେ ଥିବା ପାର୍କ ପରିସରରେ କେତେକ କାଉ ମରି ପଡ଼ିଥିବା ଖବର ପ୍ରସାରିତ ହୋଇଥିଲା। ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଳୟର ଅଧିକାରୀ ପହଞ୍ଚତ୍ ୭ଟି ମଲା କାଉ ପଡିଥିବା ଦେଖିଥିଲେ। କାଉଙ୍କର ରକ୍ତ ନମୁନା ସଂଗ୍ରହ କରିଥିଲେ। ଏହାକୁ ପରୀକ୍ଷା ପାଇଁ ଭୋପାଳସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହାଇ ସିକ୍ୟୁରିଟି ଆନିମଲ ଡିଜିଜ୍‌ (ଏନ୍‌ଆଇଏଚ୍‌ଏସ୍‌ଏଡି)କୁ ପଠାଯାଇଥିଲା। କିନ୍ତୁ ରିପୋର୍ଟ ନେଗେଟିଭ ଆସିଥିଲା। କିନ୍ତୁ ଏବେ କାଉଙ୍କ ମୃତ୍ୟୁ କ’ଣ ପାଇଁ ହୋଇଛି ତାହାର ଅନୁଧ୍ୟାନ କରାଯିବା ଆବଶ୍ୟକ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri