ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୮ା୬: ଆସନ୍ତା ଜୁଲାଇ ୪ ତାରିଖରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ କାମ ଆଗେଇ ଚାଲିଥିବାବେଳେ ଦୁଇଟି ରଥଯାତ୍ରା ସମନ୍ବୟ କମିଟି ବୈଠକ ସରିଲାଣି। ଆସନ୍ତା ୧୩ ତାରିଖରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ତୃତୀୟ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହେବ। ତେବେ ଶ୍ରୀମନ୍ଦିର ପ୍ରଶାସନ ରଥଯାତ୍ରା ପାଇଁ ଆବଶ୍ୟକ ସାମଗ୍ରୀ ଯୋଗାଡ଼ କରିବାରେ ଲାଗିଛି। ଇତିମଧ୍ୟରେ ଶୁକ୍ରବାର ଘୋଷଯାତ୍ରା ପାଇଁ ଦରକାର ହେଉଥିବା ରଥ ଦଉଡ଼ି ପୁରୀରେ ପହଞ୍ଚତ୍ଛି। ତିନିରଥ ପାଇଁ ଆବଶ୍ୟକ ୧୨ଟି ଟଣା ଦଉଡ଼ି ସହିତ ୩ଟି କର୍ଡନ (ଘେର) ଦଉଡ଼ି ମଧ୍ୟ ଆସିଛି। ଚନ୍ଦନପୁର ନିକଟସ୍ଥ ବୀରପ୍ରତାପପୁରଠାରେ ଥିବା ଓଡ଼ିଶା କତା ନିଗମର କାର୍ଯ୍ୟାଳୟରୁ ଏହି ଦଉଡ଼ି ଏକ ଗାଡିରେ ଆସି ଅପରାହ୍ନରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲା। ଶ୍ରୀମନ୍ଦିରର ତତ୍ତ୍ବାବଧାରକ ସୁଦର୍ଶନ ମେକାପଙ୍କ ଦାୟିତ୍ୱରେ ଏହି ଦଉଡ଼ି କାର୍ଯ୍ୟାଳୟରେ ରଖାଯାଇଛି।
ତତ୍ତ୍ବାବଧାରକ ମେକାପ କହିଛନ୍ତି ଯେ, ଚଳିତବର୍ଷ ରଥଯାତ୍ରା ଲାଗି ଓଡ଼ିଶା କତା ନିଗମକୁ ୧୨ଟି ଟଣା ଦଉଡ଼ି ଏବଂ ୩ଟି ଘେର ଦଉଡ଼ି ଯୋଗାଇଦେବା ଲାଗି ଅର୍ଡର ଦିଆଯାଇଥିଲା। ସେମାନେ ଦଉଡି ଯୋଗାଇ ଦେଇଛନ୍ତି। ଗୋଟିଏ ଟଣା ଦଉଡ଼ିର ଲମ୍ବ ୨୨୦ ଫୁଟ ଏବଂ ମୋଟେଇ ୮ ଇଞ୍ଚ ରହିଥିବା ବେଳେ ଘେର ଦଉଡ଼ି ଗୋଟିଏର ଲମ୍ବ ୪୫୦ ଫୁଟ ଏବଂ ମୋଟେଇ ୩ ଇଞ୍ଚ ରହିଛି। ତେବେ ଚଳିତବର୍ଷ ରଥଯାତ୍ରା ପାଇଁ ଟଣା ଦଉଡ଼ି ଏବଂ ଘେର ଦଉଡ଼ି ଷ୍ଟକ୍‌ ରହିଛି ବୋଲି ମେକାପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri