ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀ ଅଫିସ, ବ୍ରହ୍ମଗିରି, ୨୦ା୪ (ଡି.ଏନ୍‌.ଏ.): ଆସନ୍ତା ୨୩ ତାରିଖରେ ପୁରୀ ଲୋକ ସଭା ଏବଂ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ତେଣୁ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସବୁ ରାଜନୈତିକ ଦଳ ବଳ, କୌଶଳ ଲଗାଇ ଦେଇଛନ୍ତି। ଭାଜପାର ବହୁ କେନ୍ଦ୍ରୀୟ ନେତା ଆସି ପ୍ରଚାର କରିଥିବାବେଳେ ଗୁରୁବାର କେନ୍ଦ୍ରମନ୍ତ୍ରୀ ଉମା ଭାରତୀ ପୁରୀ ଆସି ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଥିଲେ। ଏଥିସହ ଭାଜପା ପ୍ରାର୍ଥୀଙ୍କୁ ଜିତାଇବା ଲାଗି ଭୋଟରଙ୍କୁ ନିବେଦନ କରିଥିଲେ। ଶୁକ୍ରବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପୁରୀ ଗସ୍ତରେ ଆସିଥିଲେ। ବଡ଼ଦାଣ୍ଡରେ ରୋଡ୍‌ ଶୋ’ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ ସାତପଡ଼ାରୁ ସ୍ବତନ୍ତ୍ର ବସ୍‌ ଯୋଗେ ରୋଡ୍‌ ଶୋ’ରେ ଆସି ଅପରାହ୍ନ ପ୍ରାୟ ସାଢେ ୨ଟାରେ ପୁରୀରେ ପହଞ୍ଚତ୍ଥିଲେ। ସର୍କିଟ୍‌ ହାଉସ୍‌ରେ ମଧ୍ୟାହ୍ନ ଭୋଜନ ସାରି ବିଶ୍ରାମ ନେଇଥିଲେ। ସାଢେ ୩ଟାରେ ଶ୍ରୀମନ୍ଦିରକୁ ଅଭିମୁଖେ ବାହାରିଥିଲେ। ଶ୍ରୀମନ୍ଦିର ଭିତରକୁ ନ ଯାଇ ଅରୁଣସ୍ତମ୍ବ ନିକଟରୁ ପତିତପାବନଙ୍କୁ ଦର୍ଶନ କରିଥିଲେ। ସେଠାରେ ପ୍ରଦୀପ ପ୍ରଜ୍ୱଳନ କରିବା ପରେ ପ୍ରଚାରରେ ବାହାରିଥିଲେ। ସ୍ବତନ୍ତ୍ର ବସ୍‌ରେ ରହି ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ଲାଗି ଭୋଟ ମାଗିଥିଲେ। ଶହ ଶହ କର୍ମୀ ଏହି ରୋଡ୍‌ ଶୋ’ରେ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ବସ୍‌ ଆଗରେ ଏକ ଖୋଲା ଜିପ୍‌ରେ ପୁରୀ ଲୋକ ସଭା ପ୍ରାର୍ଥୀ ପିନାକୀ ମିଶ୍ର, ବିଧାୟକ ପ୍ରାର୍ଥୀ ମହେଶ୍ୱର ମହାନ୍ତି ରହିଥିଲେ। ଏଥିସହ ଓଲିଉଡ୍‌ ଅଭିନେତା ସବ୍ୟସାଚୀ ଓ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏହି ରୋଡ୍‌ ଶୋ’ରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri