ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା; ସରକାରଙ୍କ ଉଦ୍ୟମରେ ସହଯୋଗ କରିବାକୁ ପୁରୀବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ: ଜାଣନ୍ତୁ ସବିଶେଷ ତଥ୍ୟ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି। ସହରରେ ଭିତ୍ତିଭୂମି ବିକାଶ, ନୂତନ ବହୁ ଥାକିଆ ରାସ୍ତା, ସେତୁ, ପାର୍କିଂ ସୁବିଧା, ମୁଷା ନଦୀର ପୁନରୁଦ୍ଧାର, ସିକ୍ୟୁରିଟି ଜୋନ୍‌ରେ ଥିବା କ୍ଷତିଗ୍ରସ୍ତକୁ ଥଇଥାନ, ମଠ ଓ ତୀର୍ଥ ପୁଷ୍କରିଣୀଗୁଡ଼ିକର ପୁନରୁଦ୍ଧାର ଏଥିରେ ଗୁରୁତ୍ୱ ଦିଆଯାଇଛି। ଶୁକ୍ରବାର ଲୋକସେବା ଭବନଠାରେ ଆୟୋଜିକ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ଗଢ଼ି ତୋଳିବା ଲାଗି ସେଠାରେ ଭିତ୍ତିଭୂମିର ବିକାଶ ଅତି ଗୁରୁତ୍ୱପୂର୍ଣ୍ଣ। ଏଥିସହ ଶ୍ରୀମନ୍ଦିରର ନିରାପତ୍ତା ସହ କୌଣସି ପ୍ରକାର ସାଲିସ କରାଯିବନାହିଁ। ଏହାକୁ ମହାପ୍ରଭୁଙ୍କ ସେବା ଭାବେ ଗ୍ରହଣ କରି ସରକାରଙ୍କ ଉଦ୍ୟମରେ ସହଯୋଗ କରିବା ଲାଗି ପୁରୀବାସୀଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଆଇନମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ମହାନିର୍ଦ୍ଦେଶକ, ଆଇନ ସଚବ, ଶ୍ରୀଜଗନ୍ନାଥ ମନ୍ଦିର ପ୍ର୍ରଶାସକ, ପୁରୀ ଜିଲାପାଳ, କେନ୍ଦ୍ରାଞ୍ଚଳ ଡିଆଇଜ, ପୁରୀ ଏସ୍‌ପି ପ୍ରମୁଖ ଉପସ୍ଥିତ ଥିଲେ।

ଘୋଷଣା:-
-ପୁରୀ ବାଇପାସ ମାଳତୀପାଟପୁରରୁ ଜଗନ୍ନାଥ ବଲ୍ଲଭ ମଠକୁ ଆଧୁନିକ ଶ୍ରୀ ସେତୁ ଦ୍ୱାରା ସଂଯୋଗ କରାଯିବ। ଏଥିପାଇଁ ୧୯୦ କୋଟି ଖର୍ଚ୍ଚ ହେବ।

– ଜଗନ୍ନାଥ ବଲ୍ଲଭ ମଠରେ ବହୁତଳ ପାର୍କି ବ୍ୟବସ୍ଥା ସହ ଯାତ୍ରୀମାନଙ୍କୁ ବିଭିନ୍ନ ସୁବିଧା ଯୋଗାଇ ଦିଆଯିବ। ୧୦ହଜାର ଲୋକଙ୍କ ପାଇଁ ଧ୍ୟାନ କେନ୍ଦ୍ର ନିର୍ମାଣ ହେବ। ଏଥିସହ ସେଠାରେ ଯାତ୍ରୀଙ୍କ ସୁବିଧା ପାଇଁ ଦୋକାନ ବଜାରର ବ୍ୟବସ୍ଥା କରାଯିବ। ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା।

-ମୂଷା ନଦୀର ପୁନରୁଦ୍ଧାର କରାଯାଇ ଏହାକୁ ମଙ୍ଗଳା ନଦୀ ସହ ସଂଯୋଗ କରାଯିବ। ନଦୀ ପରିବେଶରେ ଉନ୍ନତି ଅଣାଯାଇ ସେଠାରେ ପର୍ଯ୍ୟଟନର ବିକାଶ କରାଯିବ। ଖର୍ଚ୍ଚ ହେବ ୮୫ କୋଟି ଟଙ୍କା।

– ଐତିହାସିକ ଅଠରନଳାର ସୌନ୍ଦର୍ଯ୍ୟକରଣ ଓ ଆଲୋକୀକରଣ କରାଯିବ। ଏଥିଲାଗି ଏଏସ୍‌ଆଇର ସହଯୋଗ ନିଆଯିବ। ଖର୍ଚ୍ଚ ହେବ ୫ କୋଟି ଟଙ୍କା।

-ପୁରୀଠାରେ ୨୮ ଏକର ଜମିରେ ଏକ ହ୍ରଦର ବିକାଶ କରାଯିବ। ଖର୍ଚ୍ଚ ହେବ ୩୫ କୋଟି ଟଙ୍କା।

– ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଆସୁଥିବା ମଠଗୁଡ଼ିକର ସ୍ଥାନାନ୍ତର କରାଯିବ। ମଠର କୀର୍ତ୍ତୀଗୁଡ଼ିକର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ପୁରୀରେ ଥିବା ମଠଗୁଡ଼ିକୁ ଅବଡ଼ା ଯୋଜନାରେ ସରକାର ସହଯୋଗ ଯୋଗାଇ ଦେବେ।

-ଶ୍ରୀମନ୍ଦିର ନିରାପତ୍ତା ଜୋନରେ ଆସୁଥିବା ଦୋକାନ ଓ ଘରଗୁଡ଼ିକୁ ସ୍ଥାନାନ୍ତର କରାଯିବ। ସରକାର ଦୋକାନ ପାଇଁ ଘର ଯୋଗାଇ ଦେବା ସହ ଥଇଥାନ ପ୍ୟାକେଜ୍‌ ମଧ୍ୟ କାର୍ଯ୍ୟକାରୀ କରିବେ।

-ପୁରୀରେ ଥିବା ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗା, ମାର୍କଣ୍ଡ, ନରେନ୍ଦ୍ର ଓ ଇନ୍ଦ୍ରଦ୍ୟୁମ୍ନ ଆଦିର ପୁନରୁଦ୍ଧାର କରାଯିବ। ଐତିହ୍ୟସ୍ଥଳର ସଂରକ୍ଷଣ କରାଯିବ। ଏସବୁ କାର୍ଯ୍ୟ ୨ ବର୍ଷ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ। ଏହାର ଦାୟିତ୍ୱ ନେବ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri