ପୁରୀର ବିଭିନ୍ନ ସ୍ଥାନରେ ୭୧ତମ ସାଧାରଣତନ୍ତ୍ର ଦିବସ: ନିଜକୁ ଭାରତୀୟ ଭାବେ ଗର୍ବ କରିବା ଉଚିତ

ପୁରୀ ଅଫିସ,୨୬।୧: ରାଜ୍ୟବ୍ୟାପୀ ୭୧ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହେଉଥିବା ବେଳେ ରବିବାର ପୁରୀ ଜିଲାର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି।

ପୁରୀ ଜିଲା କଂଗ୍ରେସ ପକ୍ଷରୁ ସିଂହଦ୍ବାର ନିକଟରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜିଲା ସଭାପତି ଅମୀୟ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ । କଂଗ୍ରେସ ମୁଖପତ୍ର ବିଧାୟକ ଦାସ ମହାପାତ୍ର, ବିଶ୍ବକେଶନ ହରିଚନ୍ଦନ ମହାପାତ୍ର, ଉମାପଦ ମିଶ୍ର,ସରସ୍ବତୀ ପାତ୍ର, ବିଦୁଲତା ଆଚାର୍ଯ୍ୟ, ବିଶ୍ବନାଥ ଦାଶ, ଅମରେନ୍ଦ୍ର ପାଇକରାୟ ପ୍ରମୁଖ ଉପସ୍ଥିତ ଥିଲେ।

ପୁରୀ ବାର ଆସୋସିଏଶନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ବାର ସଭାପତି ପ୍ରଶାନ୍ତ କୁମାର ମିଶ୍ର ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସମ୍ପାଦକ ବିଭୂତିଶଙ୍କର ତ୍ରିପାଠୀ ପୂର୍ବତନ ସଭାପତି ପୁଷ୍କର ମହାପାତ୍ର, ସାରଦା ସାମଲ, ପ୍ରିୟଦର୍ଶନ ପଟ୍ଟନାୟକ, ପ୍ରେମାନନ୍ଦ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

ପୁରୀ ଜିଲା ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଉତ୍ସବରେ ସଂଘ ସଭାପତି ତୀର୍ଥକ୍ଷେତ୍ର ସମ୍ପାଦକ ପୁରୁଷୋତ୍ତମ ପଲାଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ସେ ଖବରଦାତାମାନଙ୍କୁ ସମ୍ବୋଧିତ କରି ନିଜକୁ ଭାରତୀୟ ଭାବେ ଗର୍ବ ଅନୁଭବ କରିବାକୁ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ପାଦକ ପ୍ରସନ୍ନ କୁମାର ଲେଙ୍କା, ସତ୍ୟ ନାରାୟଣ ଦାଶ, ରଣଜିତ ମିଶ୍ର,ଅମରେନ୍ଦ୍ର ମିଶ୍ର, ପ୍ରଭାତ କୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

ସେହିଭଳି ଶ୍ରୀ ପତିତପାବନ ଖବରକାଗଜ ବିତରକ ସଂଘ ପକ୍ଷରୁ ଆୟୋଜିତ ଉତ୍ସବରେ ବରିଷ୍ଠ ବିତରକ କୁଞ୍ଜେଲପଡା ପ୍ରଧାନ ପତାକା ଉତ୍ତୋଳନ କରିଥିଲେ। ବିଭିନ୍ନତା ମଧ୍ୟରେ ଏକତା ଭାରତର ପରିଚୟ ବୋଲି ସେ କହିଛନ୍ତି । ବରିଷ୍ଠ ଖବରକାଗଜ ଏଜେଣ୍ଟ ଜାନକୀ ନନ୍ଦନ ମହାନ୍ତି, ସଂଘ ସଭାପତି ମନୋଜ ସାହୁ, ସମ୍ପାଦକ ଶାନ୍ତନୁ ସାହୁ,ବୈକୁଣ୍ଠ ପରିଡା, ସନ୍ତୋଷ ସାହୁ, ଗୋପୀନାଥ ସାହୁ, ହରିହର ମହାନ୍ତି, କାହ୍ନୁ ଚରଣ ସାହୁ, ରାଜ କିଶୋର ମୁଦୁଲି, ଜିତେନ୍ଦ୍ର ଦାଶ, ଦେବେନ୍ଦ୍ର ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri