ପୁରୀ ଗଣବଳାତ୍କାର ଘଟଣା:ହାଇକୋର୍ଟରେ ଅଭିଯୁକ୍ତ

କଟକ ଅଫିସ,୧୩।୧୨:ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣା ଭିନ୍ନ ମୋଡ଼ ନେଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ରାଜେଶ କୁମାର ସେଠୀ ଗୁରୁବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗଣବଳାତ୍କାରକୁ ନେଇ ଯେଉଁ ଅଭିଯୋଗ ହୋଇଛି ତାହା ଭିତ୍ତିହୀନ ଓ କପୋଳକଳ୍ପିତ। କେବଳ କେତେଜଣଙ୍କୁ ଫସାଇବା ପାଇଁ ଏହା ଏକ ବିଧିବଦ୍ଧ ଷଡ଼ଯନ୍ତ୍ର। ତେଣୁ ଏହାର ସିବିଆଇ, କ୍ରାଇମବ୍ରାଞ୍ଚ କିମ୍ବା ନ୍ୟାୟିକ ତଦନ୍ତ ପାଇଁ ଆବେଦନକାରୀ ସେଠୀ କୋର୍ଟଙ୍କୁ ନିବେଦନ କରିଛନ୍ତି। ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ପ୍ରକୃତ ସତ୍ୟ ଲୋକଲୋଚନକୁ ଆସିବ ବୋଲି ଆବେଦନକାରୀ ପିଟିଶନରେ ନିବେଦନ କରିଛନ୍ତି। ଏହି ମାମଲାରେ ଆବେଦନକାରୀଙ୍କ ପକ୍ଷରୁ ଗୃହ ବିଭାଗ ସଚିବ, ପୁରୀ ଏସ୍‌ପି, କ୍ରାଇମବ୍ରାଞ୍ଚ ଏସ୍‌ପି, ସିବିଆଇ ଏସ୍‌ପି ଓ କୁମ୍ଭାରପଡା ଥାନା ଆଇଆଇସିଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପିଟିଶନକୁ କୋର୍ଟ ଗ୍ରହଣ କରି ଆସନ୍ତା ୧୯ ତାରିଖକୁ ପରବର୍ତ୍ତୀ ଶୁଣାଣି ପାଇଁ ଦିନଧାର୍ଯ୍ୟ କରିଛନ୍ତି। ସୂଚନାଥାଉ କି, ଗତ ୨ ତାରିଖରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ନେଇ କୁମ୍ଭାରପଡ଼ା ଥାନାରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଆଧାର କରି ପୋଲିସ ରାଜେଶଙ୍କ ସମେତ ମୋଟ୍‌ ୬ ଜଣଙ୍କୁ ଗିରଫ କରିଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଡଭୋକେଟ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି। ଆଡଭୋକେଟ ତ୍ରିପାଠୀଙ୍କ କହିବା ଅନୁଯାୟୀ, ଘଟଣାଟି ସମ୍ପୂର୍ଣ୍ଣ ମିଥ୍ୟା। ଏପରି କି ପୋଲିସ ଉକ୍ତ ଘଟଣାକୁ ଅଧିକ ରଙ୍ଗିନ କରୁଛି। ପ୍ରକୃତ ଘଟଣା ଲୋକଲୋଚନକୁ ନ ଆସିବା ପାଇଁ ପୋଲିସ ଉଦ୍ୟମ କରୁଥିବା ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ଖୋଲିବ ହର୍ମୁଜ୍, ଇରାନ ସହିତ ପରମାଣୁ ଚୁକ୍ତି ସମ୍ପର୍କରେ ବଡ଼ ଗୁମର ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ,୩।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚୁକ୍ତି ଏବଂ ହର୍ମୁଜ୍ ପ୍ରଣାଳୀ ଖୋଲିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ…

ଥାଲାପତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ…

ଛାତିଥରା….ଦିଲ୍ଲୀ ଅଗ୍ନିକାଣ୍ଡରେ ୨୧ ମୃତ, ଜୀବନ ବଞ୍ଚାଇବା ପାଇଁ ଛୁଆଙ୍କୁ ଧରି ତୃତୀୟ ମହଲାରୁ ଡ଼େଇଁଲେ ମହିଳା

ନୂଆଦିଲ୍ଲୀ,୩ା୬: ବୁଧବାର ସକାଳେ ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଆଁରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri